www.samajalive.in
Sunday, December 7, 2025
13.1 C
Bhubaneswar

ଦୁର୍ନୀତିଗ୍ରସ୍ତ ଓ ଅପାରଗଙ୍କ ବିରୋଧରେ କଠୋର ଆଭିମୁଖ୍ୟ ଜାରି, ଆଉ ୪ ଅଧିକାରୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ବର: ଦୁର୍ନୀତିଗ୍ରସ୍ତ ଓ ଅପାରଗ ଅଧିକାରୀଙ୍କ ବିରୁଦ୍ଧରେ ରାଜ୍ୟ ସରକାରଙ୍କର କଠୋର ଆଭିମୁଖ୍ୟ ଜାରି ରହିଛି । ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୂନ୍ୟ ସହିଷ୍ଣୁତା ନୀତି ଅନୁସରଣ କରୁଛନ୍ତି। ସାଧାରଣ ଜୀବନରେ ସାଧୁତା ଓ ନୈତିକତା ବଜାୟ ରଖିବା ସହ ଜନସାଧାରଣଙ୍କୁ  ସ୍ବଚ୍ଛ, ଦକ୍ଷ ଏବଂ ଉତ୍ତରଦାୟୀ ପ୍ରଶାସନ ମାଧ୍ୟମରେ ସେବା ଯୋଗାଇବା ଉପରେ ଗୁରୁତ୍ବ ଦେଉଛନ୍ତି। ଏହି ପରିପ୍ରେକ୍ଷୀରେ ରାଜ୍ୟ ସରକାର ଆଜି ୪ ଜଣ ଅଧିକାରୀଙ୍କ ବିରୁଦ୍ଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି । ଦୁଇ ଜଣଙ୍କୁ ଚାକିରୀରୁ ବରଖାସ୍ତ କରାଯାଇଥିବା ବେଳେ ଆଉ ଦୁଇ ଜଣଙ୍କର ପେନ୍‌ସନ୍‌ ସଂକ୍ରାନ୍ତୀୟ ସୁବିଧାକୁ ସ୍ଥାୟୀ ଭାବରେ ବନ୍ଦ କରିଦିଆଯାଇଛି।

ବର୍ତ୍ତମାନ ମୟୁରଭଞ୍ଜ ଜିଲ୍ଲାର ଖୁଣ୍ଟା ଜିଲ୍ଲାରେ କାର୍ଯ୍ୟରତ ତଥା ବଲାଙ୍ଗୀରର ଟିଟିଲାଗଡ ବ୍ଲକର ପୂର୍ବତନ ଏସଇଓ ବଳରାମ ସୁନା ଏବଂ ମହିଳା ଓ ଶିଶୁବିକାଶ ବିଭାଗର ଅନୁଗୁଳ ଜିଲ୍ଲା ଆଠମଲ୍ଲିକରେ କାର୍ଯ୍ୟରତ ପରିସଂଖ୍ୟାନ ସହକାରୀ ବସନ୍ତ କୁମାର ସାହୁଙ୍କୁ ଦୁର୍ନୀତି ଅଭିଯୋଗରେ ଚାକିରୀରୁ ବରଖାସ୍ତ କରାଯାଇଛି । ସେହିପରି ବିଇଡିର ପୂର୍ବତନ ଡିଜିଏମ୍‌ ଇଲେକ୍ଟ୍ରିକାଲ ଦାମୋଦର ଦାସ ଏବଂ ଅବସରପ୍ରାପ୍ତ ପୁଲିସ ଏଏସ୍‌ଆଇ ଏମ୍‌. ଜଗନ୍ନାଥ ରାଓଙ୍କର ପେନ୍‌ସନ ଏବଂ ପେନ୍‌ସନଜନିତ ସୁବିଧାକୁ ସ୍ଥାୟୀ ଭାବରେ ବନ୍ଦ କରିଦିଆଯାଇଛି । ଦୁର୍ନୀତି ଅଭିଯୋଗରେ ଏହି ଦୁଇ ଅଧିକାରୀ ଅଦାଲତଙ୍କ ଦ୍ବାରା ଦୋଷୀ ସାବ୍ୟସ୍ତ ହୋଇଥିଲେ ।

- Advertisement -

ଏହି ଚାରି ଜଣ ଅଭିଯୁକ୍ତଙ୍କୁ ମିଶାଇ ଗତ ଏକ ବର୍ଷ ମଧ୍ୟରେ ଏପର୍ଯ୍ୟନ୍ତ ୧୧୭ଜଣ ଦୁର୍ନୀତିଗ୍ରସ୍ତ ଓ ଅପାରଗ ଅଧିକାରୀଙ୍କ ବିରୁଦ୍ଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories