www.samajalive.in
Thursday, December 11, 2025
18.1 C
Bhubaneswar

ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ, ପରିବାର ଲୋକ ଆଣିଲେ ହତ୍ୟା ଅଭିଯୋଗ

ମାଲକାନଗିରି: ମାଲକାନଗିରି ସଦର ବ୍ଲକ ଶିଖପାଲୀ ଆବାସିକ ବାଳିକା ବିଦ୍ୟାଳୟର ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ ଘଟିଛି। ଛାତ୍ରୀନିବାସରୁ ତାଙ୍କୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଉଦ୍ଧାର କରାଯାଇ ଜିଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ପରିବାର ଲୋକଙ୍କ ଅଭିଯୋଗ ଅନୁଯାୟୀ ଛାତ୍ରୀଙ୍କୁ ବଳାତ୍କାର ପରେ ହତ୍ୟା କରାଯାଇଛି। ମାତ୍ର ଛାତ୍ରୀଜଣକ ଆତ୍ମହତ୍ୟା କରିଥାଇପାରନ୍ତି ବୋଲି ପ୍ରାଥମିକ ତଦନ୍ତ ପରେ ପୁଲିସ ଅନୁମାନ କରୁଛି। ଶବ ବ୍ୟବଚ୍ଛେଦ ପରେ ଏହା ହତ୍ୟା କି ଆତ୍ମହତ୍ୟା ତାହା ସ୍ପଷ୍ଟ ହେବ।
ସୂଚନାଯୋଗ୍ୟ ଯେ, ବିଳମ୍ବିତ ରାତିରେ ବିଦ୍ୟାଳୟର ପରୀକ୍ଷାଗାର ନିକଟରେ ଜଣେ ଛାତ୍ରୀଙ୍କୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ହଷ୍ଟେଲ ଅଧୀକ୍ଷକ ଦେଖିଥିଲେ। ସଙ୍ଗେ ସଙ୍ଗେ ତାଙ୍କୁ ସ୍ଥାନୀୟ ଗ୍ରାମବାସୀଙ୍କ ସହାୟତାରେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ଛାତ୍ରୀ ଜଣକ ଡାହାଣ ହାତ ବ୍ଲେଡରେ କଟା ହୋଇଥିବାର ଚିହ୍ନ ରହିଛି।

Hot this week

ଦରମା ଓ ଭତ୍ତା ବୃଦ୍ଧିକୁ ବିରୋଧ କଲେ : ବିଧାୟକ ଲକ୍ଷ୍ମଣ ମୁଣ୍ତା

ଭୁବନେଶ୍ୱର - ଗତ ମଙ୍ଗଳବାର ବିଧାନସଭା ଗୃହରେ ପାରିତ ହୋଇଥିବା ବିଧାୟକ...

୨୧୪ ରନ କଲେ ଜିତିବ ଭାରତ

ସମାଜଲାଇଭ ଡେସ୍କ: ୨ୟ ଟି-୨୦​‌ରେ ଭାରତକୁ ୨୧୪ ରନର ବିଜୟ ଲକ୍ଷ୍ୟ...

ନାଗରିକତା ପାଇଥିବା ସମସ୍ତଙ୍କୁ ମିଳିବ ସରକାରୀ ସୁବିଧା , ୩୫ ଜଣଙ୍କୁ ନାଗରିକତା ପ୍ରମାଣ ପତ୍ର

ଭୁବନେଶ୍ୱର :ଜନଗଣନା ନିର୍ଦ୍ଦେଶାଳୟ ଓଡ଼ିଶା ଓ ଗୃହ ମନ୍ତ୍ରାଳୟ ଭାରତ ସରକାରଙ୍କ...

ହତ୍ୟାପରେ ପଡୋଶୀଙ୍କ ରକ୍ତ ପିଇଥିଲେ ଏହି ମହିଳା- ୫୦ ବର୍ଷ କାରା ଦଣ୍ଡାଦେଶ

ନ୍ୟୁୟର୍କ- ଆମେରିକାର ଜଣେ ମହିଳା ତାଙ୍କ ପଡୋଶୀଙ୍କୁ ରାଗରେ ହତ୍ୟା କରିଥିଲେ...

Related Articles

Popular Categories