www.samajalive.in
Friday, December 5, 2025
26.1 C
Bhubaneswar

ଆଇଏଏସ କୋଚିଂ ସେଣ୍ଟରରେ ଛାତ୍ର ମୃତ୍ୟୁ ଘଟଣା: ସିବିଆଇକୁ ତଦନ୍ତ ଦାୟିତ୍ବ

ନୂଆଦିଲ୍ଲୀ : ପ୍ରବଳ ବର୍ଷା ଯୋଗୁଁ ଗତ ଶନିବାର ଦିଲ୍ଲୀର ରାଜେନ୍ଦ୍ର ନଗର ଅଞ୍ଚଳରେ ଥିବା ରାଓଜ୍‌ ଆଇଏଏସ ଷ୍ଟଡି ସର୍କଲ ବେସ୍‌ମେଣ୍ଟରେ ପାଣି ପଶି ଦୁଇଜଣ ଛାତ୍ରୀ ଓ ଜଣେ ଛାତ୍ର ପ୍ରାଣ ହରାଇଥିଲେ। ଶୁକ୍ରବାର ଦିଲ୍ଲୀ ହାଇକୋର୍ଟଙ୍କ ନିର୍ଦେଶକ୍ରମେ ମାମଲାର ତଦନ୍ତ ଭାର ସିବିଆଇ ଉପରେ ନ୍ୟସ୍ତ କରାଯାଇଛି। ନିର୍ଦ୍ଧାରିତ ସମୟରେ ତଦନ୍ତ ପ୍ରକ୍ରିୟା ଯେପରି ଶେଷ ହୁଏ, ତାହା ତଦାରଖ ନିମନ୍ତେ ଜଣେ ବିଭାଗୀୟ ଅଧିକାରୀଙ୍କୁ ନିଯୁକ୍ତ କରିବାକୁ ହାଇକୋର୍ଟ ଇତିମଧ୍ୟରେ ସେଣ୍ଟ୍ରାଲ ଭିଜିଲାନ୍ସ କମିସନରଙ୍କୁ ନିର୍ଦେଶ ଦେଇଛନ୍ତି। ଦିଲ୍ଲୀରେ ଥିବା ଡ୍ରେନଗୁଡିକର ନିର୍ମାଣ ଶୈଳୀ ତ୍ରୁଟିପୂର୍ଣ୍ଣ ହୋଇଥିବାରୁ ବର୍ଷା ଜଳ ନିଷ୍କାସନରେ ବାଧା ଉପୁଜିଥିବା ହାଇକୋର୍ଟ ହୃଦୟଙ୍ଗମ କରିଛନ୍ତି। ଏଥିସହିତ ଉପଯୁକ୍ତ ରକ୍ଷଣାବେକ୍ଷଣ କରାଯାଉନଥିବାରୁ ଏଭଳି ଦୁର୍ଘଟଣା ଘଟୁଥିବା କୁହାଯାଇଛି। କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଜଷ୍ଟିସ ମନମୋହନଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ ଏହି ମାମଲାରେ ଦିଲ୍ଲୀ ମ୍ୟୁନିସିପାଲ କର୍ପୋରେସନ (ଏମସିଡି) କର୍ତ୍ତୃପକ୍ଷଙ୍କୁ ମଧ୍ୟ ତୀବ୍ର ଭର୍ତ୍ସନା କରିଛନ୍ତି।

Hot this week

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

Related Articles

Popular Categories