www.samajalive.in
Thursday, December 11, 2025
26.1 C
Bhubaneswar

କଲେଜ ଛାତ୍ରୀ ନିଖୋଜ; ଥାନାରେ ଅଭିଯୋଗ

ମୋହନା: ଗଜପତି ଜିଲ୍ଲା ମୋହନା ଥାନା ଅନ୍ତର୍ଗତ ବାଘମାରୀ ଗ୍ରାମର କାଲା ରଇତ(୩୮) ନିଜ ଝିଅ ନିଖୋଜ ଥିବା ନେଇ ଥାନାରେ ଅଭିଯୋଗ କରିଛନ୍ତି।

ଘଟଣାରୁ ପ୍ରକାଶ, ବାଘମାରୀ ଗ୍ରାମର କାଲା ରଇତଙ୍କ ଝିଅ ୨୨/୯ରେ ଘରେ ଚାନ୍ଦିପୁଟ କଲେଜକୁ ପଢ଼ିବାପାଇଁ କହି ଯାଇଥିଲେ। କିନ୍ତୁ ସନ୍ଧ୍ୟା ୫ଟା ପର୍ୟ୍ୟନ୍ତ ଘରକୁ ନ ଫେରିବାରୁ ପରିବାର ଲୋକେ ନିଜ ସମ୍ପର୍କୀୟଙ୍କ ଘରକୁ ଯାଇ ପଚାରାଉଚାରା କରି ବହୁ ସ୍ଥାନ ଖୋଜାଖୋଜି କରିବା ପରେ ମଧ୍ୟ ସନ୍ଧାନ ନ ପାଇ ଶେଷରେ ମୋହନା ଥାନାରେ ଲିଖିତ ଅଭିଯୋଗ ଦେଇଛନ୍ତି। ଝିଅ ଯିବା ବେଳେ ନିଜର ସବୁ ଆବଶ୍ୟକୀୟ କାଗଜପତ୍ର ସହ ୧୬ ଶହ ଟଙ୍କା ନେଇ କଲେଜ ଯାଇଥିବା ଅଭିଯୋଗ ପତ୍ରରେ ଦର୍ଶାଯାଇଛି। ମୋହନା ଥାନାରେ ଏକ ମାମଲା ରୁଜୁ ହୋଇ ତଦନ୍ତ ଚାଲିଥିବା ଥାନା ଅଧିକାରୀ ସୁଜିତ କୁମାର ନାୟକ କହିଛନ୍ତି।

Hot this week

ଓଡିଶାରେ ଖୋଲିବ ସିଏଜି କାର୍ଯ୍ୟାଳୟର ପୂର୍ବାଞ୍ଚଳ ଶାଖା

ଭୁବନେଶ୍ୱର: ଆସନ୍ତା ଓଡ଼ିଆ ନବବର୍ଷ ଏପ୍ରିଲ ୧୫ ତାରିଖରେ ଭାରତର  ମହାଲେଖା...

ଗୋଟିଏ ଗ୍ଲାସରେ ଥରକେ କରନ୍ତୁ ୧୦ଟି ଇଡିଲି

ସମାଜ ଡିଜିଟାଲ ଡେସ୍କ: ଦକ୍ଷିଣ ଭାରତୀୟ ଖାଦ୍ୟ ଦୋସା ଏବଂ ଇଡିଲିକୁ...

ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ୨ୟ ଟି-୨୦ ମ୍ୟାଚ ଗୁରୁବାର...

ପ୍ରଦୂଷଣମୁକ୍ତ ପରିବେଶ ଗଠନରେ ପ୍ରଶାସନ ଅପାରଗ, ଲୋକେ ଅତିଷ୍ଠ

ରେଙ୍ଗାଲିକ୍ୟାମ୍ପ: ଅତାବିରା ଏନ୍ଏସିରେ ସ୍ୱଚ୍ଛ ପରିବେଶ, ସୁସ୍ଥ ପରିବେଶର ପରିକଳ୍ପନା ଦୂରେଇ...

ନୂଆ ମ୍ୟୁଜିକାଲ ୟୁଟ୍ୟୁବ୍ ଚ୍ୟାନେଲ ‘ଆନନ୍ଦ ନିର୍ଝର’ର ଶୁଭାରମ୍ଭ

ଭୁବନେଶ୍ୱର: ନୂଆ ମ୍ୟୁଜିକାଲ୍ ୟୁଟ୍ୟୁବ୍ ଚ୍ୟାନେଲ 'ଆନନ୍ଦ ନିର୍ଝର'ର ଶୁଭାରମ୍ଭ ଉତ୍ସବ...

Related Articles

Popular Categories