www.samajalive.in
Thursday, December 11, 2025
14.1 C
Bhubaneswar

ମହର୍ଷିରେ ଛାତ୍ର ଅଶାନ୍ତି, ଅନିର୍ଦ୍ଧିଷ୍ଟକାଳ ପର୍ଯ୍ୟନ୍ତ କଲେଜ ବନ୍ଦ

ଭୁବନେଶ୍ବର: ମହର୍ଷି କଲେଜରେ ଛାତ୍ର ଅଶାନ୍ତି ଦେଖାଦେଇଛି। କ୍ୟାମ୍ପସରେ ଛାତ୍ର ଅଶାନ୍ତି ଲାଗି ରହିଥିବାରୁ ଆଜି କଲେଜକୁ  ଅନିର୍ଦ୍ଧିଷ୍ଟ କାଳ ପାଇଁ ବନ୍ଦ ଘୋଷଣା କରାଯାଇଛି। ଆବଶ୍ୟକସ୍ଥଳେ ଛୁଟି ଅବଧି ବଢ଼ାଯିବ ବୋଲି ଉପାଧ୍ୟକ୍ଷ ସୂଚନା ଦେଇଛନ୍ତି। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଛାନଭିନ ଆରମ୍ଭ କରିଛି।

ଆଜି ମହର୍ଷି କଲେଜରେ ଦୁଇଗୋଷ୍ଠୀ ଛାତ୍ରଙ୍କ ମଧ୍ୟରେ ଗଣ୍ଡଗୋଳ ଦେଖାଦେଇଥିଲା। ଏହି ଗଣ୍ଡଗୋଳ ଉଗ୍ରରୂପ ଧାରଣ କରିଥିବାବେଳେ ଦୁଇଗୋଷ୍ଠୀ ଛାତ୍ର ଆକ୍ରମଣ ଓ ପ୍ରତିଆକ୍ରମଣ କରୁଥିଲେ। ଗଣ୍ଡଗୋଳରେ ଆକ୍ରମଣକାରୀ ଛାତ୍ରଙ୍କୁ ଛଡ଼ାଇବାକୁ ଯାଇ କଲେଜର କେମିଷ୍ଟ୍ରୀ ଲ୍ୟାବ ଆସିଷ୍ଟାଣ୍ଟ ଆକ୍ରମଣର ଶିକାର ହୋଇଥିଲେ। ତାଙ୍କୁ ଜଣେ ଛାତ୍ର ଏକ ବୋତଲରେ ଆକ୍ରମଣ କରିଥିଲା। ଫଳରେ ସେ ଗୁରୁତର ହୋଇଯାଇଥିଲେ। ପୁଲିସ ଗୁରୁତର ଲ୍ୟାବ ଆଟେଣ୍ଡାଣ୍ଟଙ୍କୁ ଉଦ୍ଧାର ପରେ ଚିକିତ୍ସା ପାଇଁ ଡାକ୍ତରଖାନାକୁ ପଠାଇଛି। ଏହି ଘଟଣାକୁ ନେଇ କ୍ୟାମ୍ପସରେ ଉତ୍ତେଜନା ଲାଗି ରହିଛି। ଅପରପକ୍ଷରେ ଆକ୍ରମଣକାରୀ ଛାତ୍ରଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମହର୍ଷି କଲେଜ ଅଧ୍ୟକ୍ଷ ପ୍ରକାଶ କରିଛନ୍ତି।

Hot this week

ବହୁତ ଶସ୍ତାରେ ବୁଲନ୍ତୁ ୪ଟି ସୁନ୍ଦର ସ୍ଥାନ; ମାତ୍ର ୨୦ହଜାରରେ ୪ଦିନ ବୁଲି ଆସନ୍ତୁ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷରେ କୁଆଡେ ବୁଲିବାକୁ ଯୋଜନା କରୁଛନ୍ତି...

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

Related Articles

Popular Categories