www.samajalive.in
Saturday, December 6, 2025
23.1 C
Bhubaneswar

ଆରଆଇ, ଅମିନ ପରୀକ୍ଷାରେ ଅନିୟମିତତା ଅଭିଯୋଗ: ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ସମାଜ ଡିଜିଟାଲ ଡେସ୍କ: ସାରା ରାଜ୍ୟରେ ଚାଲୁଥିବା ଆରଆଇ, ଅମିନ ପରୀକ୍ଷାରେ ବ୍ୟାପକ ଦୁର୍ନୀତି ଓ ଅନିୟମିତତା ଅଭିଯୋଗରେ ଷ୍ଟୁଡେଣ୍ଟ ଏଗେନ୍‌ଷ୍ଟ କରପ୍ସନ ସଂଗଠନ ପକ୍ଷରୁ ଗୁରୁବାର କଟକ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। କଟକ ଜିଲାର ବିଭିନ୍ନ ଛାତ୍ରଛାତ୍ରୀ ନେତାଜୀ ବସ୍ ଟର୍ମିନାଲରେ ଥିବା ଲାଇବ୍ରେରୀ ନିକଟରୁ ବିରାଟ ଶୋଭାଯାତ୍ରାରେ ଆସି ଜିଲାପାଳଙ୍କ ଅଫିସ ନିକଟରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଏଥିସହ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ତେବେ ଛାତ୍ରଛାତ୍ରୀ ତଥା ପରୀକ୍ଷାର୍ଥୀ କହିଛନ୍ତି, ତୁରନ୍ତ ସରକାର ଏହି ପରୀକ୍ଷାକୁ ସମ୍ପୂର୍ଣ୍ଣ ବାତିଲ କରନ୍ତୁ। ଏହା ବ୍ୟତୀତ ପରୀକ୍ଷା ପରିଚାଳନା କରୁଥିବା ସଂସ୍ଥା ପୂର୍ବରୁ କଳା ତାଲିକାଭୁକ୍ତ ଥିବାବେଳେ କିପରି ସେ ସଂସ୍ଥା ପରୀକ୍ଷା କରୁଛି ବୋଲି ମଧ୍ୟ ଅଭିଯୋଗ କରିଛନ୍ତି।

Hot this week

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

Related Articles

Popular Categories