www.samajalive.in
Sunday, December 7, 2025
16.1 C
Bhubaneswar

ସୁଆଣ୍ଡୋ ଐତିହ୍ୟ ପ୍ରକଳ୍ପ ; ଆଜି ଲୋକାର୍ପଣ

ପୁରୀ/ସୁଆଣ୍ଡୋ/ସାକ୍ଷିଗୋପାଳ : ସୁଆଣ୍ଡୋ ଐତିହ୍ୟ ପ୍ରକଳ୍ପ ଗୁରୁବାର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ତ୍ୟାଗ ଓ ବଳିଦାନର ଅମ୍ଳାନ ସ୍ମୃତି ଦେଖିବ ସମଗ୍ର ବିଶ୍ୱ। ନୂଆ ରୂପରେ ସଜେଇ ହୋଇଛି ଉତ୍କଳମଣିଙ୍କ ପବିତ୍ର ଷଠିଘର ସମେତ ଐତିହ୍ୟ ଗ୍ରାମ ସୁଆଣ୍ଡୋ। ସେଠାରେ ଉତ୍କଳମଣି ଗୋପବନ୍ଧୁଙ୍କ ସର୍ବବୃହତ ପୂର୍ଣ୍ଣାବୟବ ବ୍ରୋଞ୍ଜ ପ୍ରତିମୂର୍ତ୍ତି ପ୍ରତିଷ୍ଠା କରାଯାଇଛି । ପ୍ରାୟ ୨୫ କୋଟି ଟଙ୍କା ବ୍ୟୟରେ ରୂପାନ୍ତରିତ ହୋଇଛି ସୁଆଣ୍ଡୋ ଐତିହ୍ୟ ଏବଂ ସୌନ୍ଦର୍ଯ୍ୟକରଣ ପ୍ରକଳ୍ପ । ନବନିର୍ମିତ ସଂଗ୍ରହାଳୟ ଗୋପବନ୍ଧୁଙ୍କ ସ୍ୱାଧୀନତା ଆନ୍ଦୋଳନ, ସତ୍ୟବାଦୀ ବନ ବିଦ୍ୟାଳୟ ପ୍ରତିଷ୍ଠା, ଆଦର୍ଶ ଶିକ୍ଷା ପଦ୍ଧତି ପ୍ରଚଳନ, ଉତ୍ସର୍ଗୀକୃତ ସେବା ଏବଂ ମାନବିକ ମୂଲ୍ୟବୋଧର ବାର୍ତ୍ତା ପ୍ରଚାର କରୁଛି। ଏହି ପ୍ରକଳ୍ପ କାର୍ଯ୍ୟ ୨ବର୍ଷ ମଧ୍ୟରେ ଶେଷ ହୋଇଛି। ଗୋପବନ୍ଧୁଙ୍କ ଷଠିଘର ସମେତ ପୈତୃକ ବାସଭବନର ପୁନରୁଦ୍ଧାର, ସଂରକ୍ଷଣ ଏବଂ ସୌନ୍ଦର୍ଯ୍ୟକରଣ କରାଯାଇଛି। ପ୍ରାୟ ୭ଏକର ଜମିରେ ଗୋପବନ୍ଧୁ ସ୍ମୃତି ସଂଗ୍ରହାଳୟ ଏବଂ ଶିଶୁ ପ୍ରମୋଦ ଉଦ୍ୟାନ ନିର୍ମାଣ କରାଯାଇଛି । ସେଠାରେ ଥିବା ପ୍ରାଚୀନ ପୁଷ୍କରିଣୀର ପୁନରୁଦ୍ଧାର କରାଯାଇଛି। ଲୋକେଶ୍ୱର ମହାଦେବଙ୍କ ମନ୍ଦିର ପୁନଃନିର୍ମାଣ କରାଯାଇଛି। ପ୍ରାୟ ୧୦ ଫୁଟ୍‌ ଉଚ୍ଚର ପିଣ୍ଡି ଉପରେ ୧୫ ଫୁଟ୍‌ ଉଚ୍ଚତାର ଗୋପବନ୍ଧୁଙ୍କ ମୂର୍ତ୍ତି ପ୍ରତିଷ୍ଠା କରାଯାଇଛି। ଷଠିଘର ଏବଂ ସଂଗ୍ରହାଳୟରେ ଦୃଶ୍ୟଶ୍ରାବ୍ୟ ବ୍ୟବସ୍ଥା କରାଯାଇଛି। ସେସବୁ ସ୍ଥାନରେ କ୍ଲୋଜ୍‌ ସର୍କିଟ କ୍ୟାମେରା ସଂଯୋଗ କରାଯାଇଛି । ସୁଆଣ୍ଡୋ ଗ୍ରାମ ରାସ୍ତା ଉନ୍ନତିକରଣ ସହ ରାସ୍ତା ଆଲୋକୀକରଣ ଏବଂ ଭୂତଳ ବିଦ୍ୟୁତ୍‌ ସଂଯୋଗ କରାଯାଇଛି । ପ୍ରକଳ୍ପ ପାଇଁ ଉଚ୍ଛେଦ ହୋଇଥିବା ବ୍ୟକ୍ତିଙ୍କ ଉଦ୍ଦେଶ୍ୟରେ ୧୦ଟି ଦୋକାନ ଘର ନିର୍ମାଣ କରାଯାଇଥିବା ଓଡ଼ିଶା ସେତୁ ଓ ନିର୍ମାଣ ନିଗମ ଅଧୀକ୍ଷଣ ଯନ୍ତ୍ରୀ ସୁନ୍ଦର ମାଧବ ପାଢ଼ୀ ସୂଚନା ଦେଇଛନ୍ତି।
ପୁରୀ-ଭୁବନେଶ୍ୱର ଜାତୀୟ ରାଜପଥର ପଟ୍ଟନାଇକିଆ ଛକ ନିକଟରେ ଏକ ସୂଚନା କେନ୍ଦ୍ର ସମେତ ଫୁଡକୋର୍ଟ ନିର୍ମାଣ କରାଯାଇଛି । ମୁଖ୍ୟମନ୍ତ୍ରୀଙ୍କ ସୁଆଣ୍ଡୋ ଗସ୍ତକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ଏହା ପୂର୍ବରୁ ପଟ୍ଟନାଇକିଆ-ସୁଆଣ୍ଡୋ ସଂଯୋଗ ରାସ୍ତା ପୂର୍ତ୍ତ ବିଭାଗ ଦ୍ୱାରା ସମ୍ପ୍ରସାରଣ ଏବଂ ପୁନଃନିର୍ମାଣ କରାଯାଇଥିଲା । ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଏବଂ ୫ଟି ସଚିବ ଭି.କେ ପାଣ୍ଡିଆନ ସୁଆଣ୍ଡୋ ଗସ୍ତରେ ଆସି ପ୍ରକଳ୍ପ ଅଗ୍ରଗତି ସମ୍ପର୍କରେ ଚୂଡ଼ାନ୍ତ ସମୀକ୍ଷା କରିଛନ୍ତି । ଉତ୍କଳମଣି ଗୋପବନ୍ଧୁଙ୍କ ପରିବାର ସଦସ୍ୟ ଏବଂ ଗ୍ରାମବାସୀଙ୍କ ସହଯୋଗରେ ସଫଳ ହୋଇଛି ସୁଆଣ୍ଡୋ ଐତିହ୍ୟ ପ୍ରକଳ୍ପ। ସେଠାରେ ଓଡ଼ିଶାର ପାରମ୍ପରିକ କଳା ଓ ସ୍ଥାପତ୍ୟର ନିଦର୍ଶନ ଦେଖିବାକୁ ମିଳିଛି।
ସୂଚନା ଅନୁଯାୟୀ, ମୁଖ୍ୟମନ୍ତ୍ରୀ ଆକାଶ ମାର୍ଗରେ ଆସି ସୁଆଣ୍ଡୋ ବାରମାଣ ଗହିର ହେଲିପ୍ୟାଡ୍‌ରେ ଓହ୍ଲାଇବେ। ସେଠାରୁ ସୁରକ୍ଷା ବଳୟ ମଧ୍ୟରେ ସୁଆଣ୍ଡୋ ଗ୍ରାମକୁ ଆସି ପ୍ରଥମେ ଲୋକେଶ୍ୱର ଦେବ ମନ୍ଦିରରେ ପୂଜାର୍ଚ୍ଚନା କରିବେ। ପରେ ଉତ୍କଳମଣିଙ୍କ ଜନ୍ମପୀଠକୁ ଜନସାଧାରଣଙ୍କ ଉଦ୍ଦେଶ୍ୟରେ ଲୋକାର୍ପଣ କରିବେ। ସେଠାରୁ ରାଜ୍ୟ ସରକାରଙ୍କ ଦ୍ୱାରା ନିର୍ମାଣ କରାଯାଇଥିବା ସଂଗ୍ରହାଳୟ, ପ୍ରମୋଦ ଉଦ୍ୟାନ, ଗୋପବନ୍ଧୁ ଦାସଙ୍କ ପୂର୍ଣ୍ଣାଙ୍ଗ ପ୍ରତିମୂୂର୍ତ୍ତି ଆଦି ଉନ୍ମୋଚିତ କରିବା କାର୍ଯ୍ୟକ୍ରମ ରହିଛି।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

Related Articles

Popular Categories