www.samajalive.in
Tuesday, December 9, 2025
19.1 C
Bhubaneswar

୨୩ରେ ସୁଆଣ୍ଡୋ ଐତିହ୍ୟ ପ୍ରକଳ୍ପ ଲୋକାର୍ପଣ

ସାକ୍ଷିଗୋପାଳ/ସୁଆଣ୍ଡୋ : ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜନ୍ମପୀଠ ସୁଆଣ୍ଡୋ ଗ୍ରାମରେ ରାଜ୍ୟ ସରକାରଙ୍କ ତରଫରୁ ୨୫.୮ କୋଟି ଟଙ୍କା ବ୍ୟୟରେ ଉନ୍ନୟନ ଓ ପୁନଃରୁଦ୍ଧାର କାର୍ଯ୍ୟକ୍ରମ ଚାଲିଛି। ଆସନ୍ତା ୨୩ ତାରିଖ ଦିନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଐତିହ୍ୟ ପ୍ରକଳ୍ପର ଉଦଘାଟନ କରିବେ।
ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ନିମନ୍ତେ ସୁଆଣ୍ଡୋସ୍ଥିତ ନବନିର୍ମିତ ପ୍ରମୋଦ ଉଦ୍ୟାନ ପରିସରରେ ବୁଧବାର ଅପରାହ୍ଣରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା। ସତ୍ୟବାଦୀ ବିଧାୟକ ଉମାକାନ୍ତ ସାମନ୍ତରାୟ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ରାଜସ୍ବ ଓ ସଂସ୍କୃତି ବିଭାଗ ଅତିରିକ୍ତ ସଚିବ ମଧୁସୂଦନ ଦାସ, ସଂସ୍କୃତି ବିଭାଗ ନିର୍ଦେଶକ ରଞ୍ଜନ ଦାସ, ଅତିରିକ୍ତ ଜିଲାପାଳ ପ୍ରଦୀପ କୁମାର ସାହୁ, ଅତିରିକ୍ତ ଜିଲାପାଳ କୈଳାଶ ଚନ୍ଦ୍ର ନାୟକ, ଉପଜିଲାପାଳ ଭବତାରଣ ସାହୁ, ଅତିରିକ୍ତ ଏସ.ପି ପୂର୍ଣ୍ଣଚନ୍ଦ୍ର ପ୍ରଧାନ, ସତ୍ୟବାଦୀ ପଞ୍ଚାୟତ ସମିତି ଅଧ୍ୟକ୍ଷ ସୁନୀଲ କୁମାର ପଣ୍ଡା,ଏସଡିପିଓ ଦେବଦତ୍ତ ବରାଳ, ସତ୍ୟବାଦୀ ତହସିଲଦାର ଜୟନ୍ତ କୁମାର ଜୟସିଂ ଓ ବିଡିଓ ଲୋଚନ ଦାସଙ୍କ ସମେତ ଅନ୍ୟମାନେ ଉପସ୍ଥିତ ଥିଲେ। ସଂଗ୍ରହାଳୟ ଓ ସଂସ୍କୃତି ବିଭାଗର ରହିଥିବା କାର୍ଯ୍ୟ ଶେଷ କରିବା ନିମନ୍ତେ ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା। ହେଲିପ୍ୟାଡ ଓ ସଭାସ୍ଥଳ କାର୍ଯ୍ୟ ତଦାରଖ କରିଥିଲେ।

Hot this week

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

ପ୍ରଥମେ ବ୍ୟାଟିଂ କରିବ ଭାରତ

କଟକ: ଆଉ ମାତ୍ର କିଛି ସମୟର ଅପେକ୍ଷା। କଟକ ବାରବାଟୀ ଷ୍ଟାଡିୟମରେ...

ଇଣ୍ଡୋନେସିଆରେ ବଡ଼ ଧରଣର ଅଗ୍ନିକାଣ୍ଡ, ୨୦ ମୃତ

ସମାଜଲାଇଭ ଡେସ୍କ: ଇଣ୍ଡୋନେସିଆର ଜାକାର୍ତ୍ତାରେ ମଙ୍ଗଳବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ...

ଯୁକ୍ତ ଦୁଇ ପରୀକ୍ଷା ସୂଚୀ ସାମାନ୍ୟ ପରିବର୍ତ୍ତନ

ଭୁବନେଶ୍ଵର : ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି।...

ଦେଢ଼ବର୍ଷରେ ମଲେଣି ୧୩୬ ହାତୀ

ସମାଜଲାଇଭ ଡେସ୍କ: ରାଜ୍ୟରେ ହାତୀ ଅସୁରକ୍ଷିତ। ହାତୀ ମୃତ୍ୟୁ ରୋକିବାରେ ସରକାର...

Related Articles

Popular Categories