www.samajalive.in
Sunday, December 7, 2025
14.1 C
Bhubaneswar

ସାକ୍ଷୀଗୋପାଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଟିକାକରଣ, କେହି ମାନିଲେନି କୋଭିଡ୍‌ ନିୟମ

ସୁଆଣ୍ଡୋ: ପୁରୀଜିଲା ସାକ୍ଷୀଗୋପାଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ସୋମବାର ଟିକାକରଣ କରାଯାଇଥିଲା। ଉକ୍ତ କେନ୍ଦ୍ରରେ କୋଭିଡ ନିୟମକୁ କେହି ମାନି ନଥିଲେ । ସେଠାରେ ପ୍ରବଳ ଗହଳି ପରିଲକ୍ଷିତ ହୋଇଥିଲା। ଅପରପକ୍ଷରେ  ଟିକା ଅଭାବ ମଧ୍ୟ ଦେଖାଦେଇଥିଲା। ଫଳରେ ଟିକା ନେଇ ନ ପାରି ଅନେକ ଫେରି ଯାଇଥିଲେ। ସାକ୍ଷୀଗୋପାଳକୁ ଚାରିଶହ ପାନ ଟିକା ଆସିଥିଲା। ସେଥିରୁ ଅଳଗୁମ ଓ ଗବକୁଣ୍ଡ ସ୍ବାସ୍ଥ୍ୟକେନ୍ଦ୍ରକୁ ଟିକା ପଠାଯିବା ପରେ ଅବଶିଷ୍ଟ ଏଠାରେ ବ୍ୟବହାର କରାଯାଇଥିଲା।ଟିକା ନେବାକୁ ଆସୁଥିବା ଲୋକମାନେ କୋଭିଡ ନିୟମ ଉଲଙ୍ଘନ କରିଥିବା ଦେଖିବାକୁ ମିଳିଥିଲା। ଅପରପକ୍ଷରେ ସ୍ବାସ୍ଥ୍ୟ କେନ୍ଦ୍ରରେ ଟିକାର ଅଭାବ ଶୁଣିବା ପରେ ଅନେକ ଅଧବାଟରୁ ଫେରିଯାଇଥିଲେ । ସାକ୍ଷୀଗୋପାଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଅଧିକ ଟିକା ଯୋଗାଇବା ଓ କୋଭିଡ କଟକଣା ମଧ୍ୟରେ ଟିକାଦାନ କରିବାକୁ ଜନସାଧାରଣ ଦାବି କରିଛନ୍ତି ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories