www.samajalive.in
Monday, December 15, 2025
26.1 C
Bhubaneswar

ଚାନ୍ଦିପୁରରେ ନିର୍ଭୟ କ୍ଷେପଣାସ୍ତ୍ର ପରୀକ୍ଷା

ବାଲେଶ୍ବର: ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷା କେନ୍ଦ୍ରର ୩ନଂ ଲଞ୍ଚପ୍ୟାଡରୁ ଆଜି ୧୦ଟା ୪୩ ମିନିଟରେ ଦୂରଗାମୀ ସବସୋନିକ କ୍ରୁଜ ମିସାଇଲ ନିର୍ଭୟର ସଫଳ ପରୀକ୍ଷଣ ହୋଇଛି । ନିର୍ଭୟର ଲକ୍ଷ୍ୟଭେଦ କ୍ଷମତା ୧୫୦୦ କିଲୋମିଟର । ଏହା ୩୦୦ କିଲୋଗ୍ରାମ ପର୍ଯ୍ୟନ୍ତ ପରମାଣୁ ୱାରହେଡ଼ ନେଇପାରିବ ଓ ସଠିକ୍‍ ଭାବେ ଲକ୍ଷ୍ୟ ଭେଦ କରିପାରିବ। ଉତକ୍ଷେପଣ ପରେ ନିର୍ଭୟ ମିସାଇଲ ଏୟାରକ୍ରାଫ୍ଟ ଭଳି ଉଡାଣକରି ଶତ୍ରୁ ଉପରକୁ ଆକ୍ରମଣ କରିପାରିବ ।

ଭାରତୀୟ ପ୍ରତିରକ୍ଷା ଏବଂ ଗବେଷଣା ବିକାଶ ପ୍ରତିଷ୍ଠାନ (ଡିଆରଡିଓ) ନିର୍ଭୟ କ୍ଷେପଣାସ୍ତ୍ରକୁ ବିକଶିତ କରିଛି। ଭାରତୀୟ ସେନାରେ ସାମିଲ ହୋଇଥିବା ଏହି ସବସୋନିକ କ୍ଷେପଣାସ୍ତ୍ରର ମାରକ କ୍ଷମତା ଆମେରିକାର ପ୍ରସିଦ୍ଧ ଟୋମହାୱକ୍‍ କ୍ଷେପଣାସ୍ତ୍ର ସହ ସମାନ ରହିଛି।

Hot this week

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

Related Articles

Popular Categories