www.samajalive.in
Friday, December 5, 2025
26.1 C
Bhubaneswar

ସୁବର୍ଣ୍ଣପୁର ସିଏସଓ ସୁରେଶ ପାଣିଗ୍ରାହୀ ଗିରଫ

ସମାଜ ଡିଜିଟାଲ ଡେସ୍କ: ସୁବର୍ଣ୍ଣପୁର ଜିଲା ମୁଖ୍ୟ ଖାଦ୍ୟ ଯୋଗାଣ ଅଧିକାରୀ(ସିଏସଓ) ସୁରେଶ ପାଣିଗ୍ରାହୀଙ୍କୁ ଗିରଫ କରିଛି ଭିଜିଲାନ୍ସ ବିଭାଗ। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଛି।

ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଟିମ ସୁରେଶଙ୍କ ବିଭିନ୍ନ ଠିକଣାରେ ଚଢ଼ାଉ କରିଥିଲା। ସୁବର୍ଣ୍ଣପୁର, ବରଗଡ଼, ବଲାଙ୍ଗିର ଏବଂ ଭୁବନେଶ୍ଵରର ଏକାଧିକ ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ହୋଇଥିଲା। ଚଢ଼ାଉ ସମୟରେ ସୁରେଶଙ୍କର ୨ଟି କୋଠା, ଗୋଟିଏ ଫାର୍ମ, ୧୯ଟି ପ୍ଲଟ ଠାବ ହୋଇଥିଲା। ଏହା ସହିତ ୧.୭୨ କୋଟିର ବ୍ୟାଙ୍କ ଜମା ଏବଂ ନଗଦ ୧.୪୯ ଲକ୍ଷ ଟଙ୍କା ଜବତ ହୋଇଥିଲା। ଏହା ସହିତ ୫୦୦ ଶାଗୁଆନ ଗଛ ଥିବା ୪ ଏକର ଜମି ମଧ୍ୟ ଠାବ କରିଥିଲା ଭିଜିଲାନ୍ସ ଟିମ୍‌।

Hot this week

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

Related Articles

Popular Categories