www.samajalive.in
Friday, December 5, 2025
20.1 C
Bhubaneswar

ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ ସୁବାସ ଚୌହ୍ବାନଙ୍କ ସ୍ବାସ୍ଥ୍ୟାବସ୍ଥା ସଙ୍କଟାପନ୍ନ

ଭୁବନେଶ୍ଵର: ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ ସୁବାସ ଚୌହ୍ବାନଙ୍କ ସ୍ବାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ହୋଇଥିବା ଜଣାପଡିଛି। ସୁବାସଙ୍କୁ ଚିକିତ୍ସା ପାଇଁ ତାଙ୍କୁ ଭୁବନେଶ୍ଵରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ଜଣାପଡିଛି। ସୂଚନାଅନୁସାରେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ ତଥା ବିଜେଡି ରାଜ୍ୟ ସାଧାରଣ ସମ୍ପାଦକ ସୁବାଷ ଚୌହାନ ଗୁରୁତର ଅସୁସ୍ଥ ଅଛନ୍ତି। ଜଣ୍ଡିସ ପରେ ତାଙ୍କୁ ପ୍ରୋଷ୍ଟେଟ କ୍ୟାନ୍ସର ହୋଇଥିବା ଜଣାପଡ଼ିଛି। ସେ କିଛି ଦିନ ହେଲା ଅସୁସ୍ଥ ଥାଇ ଚିକିତ୍ସାଧିନ ଥିଲେ ।  ରାଜ୍ୟ ବାହାରକୁ ଯାଇ ମଧ୍ୟ ଚିକିତ୍ସିତ ହୋଇ ଫେରିଥିଲେ। ତେବେ, ମଙ୍ଗଳବାର ରାତିରେ ସେ ଗୁରୁତର ଅସୁସ୍ଥ ହୋଇ ପଡ଼ିବାରୁ ତାଙ୍କୁ ଭୁବନେଶ୍ୱର ସ୍ଥିତ ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ମଙ୍ଗଳବାର ରାତିରୁ ସେ ଆଇସିୟୁରେ ଥିବା ତାଙ୍କ ପରିବାର ଲୋକଙ୍କ ସୂଚନାରୁ ଜଣାପଡିଛି।

ଏଠାରେ ସୂଚନାଯୋଗ୍ୟ ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ (ଆରଏସଏସ୍)ର ଜଣେ ସ୍ୱୟଂ ସେବକ ସୁବାଷ ଚୌହାନ ଦୀର୍ଘ ଦିନ ହେଲା ସଂଘ ପ୍ରଚାରକ ଭାବରେ କାମ କରି ହିନ୍ଦୁ ଜାଗରଣ ସାମ୍ମୁଖ୍ୟ, ବଜରଙ୍ଗ ଦଳ ଆଦି ଦାୟିତ୍ୱରେ ଥିଲେ। ସେ ବଜରଙ୍ଗ ଦଳ ରାଜ୍ୟ ସଂଯୋଜକ, ରାଷ୍ଟ୍ରୀୟ ସହ- ସଂଯୋଜକ ଏବଂ ପରେ ରାଷ୍ଟ୍ରୀୟ ସଂଯୋଜକ ଭାବରେ ଦାୟିତ୍ୱ ତୁଲାଇ ଥିଲେ। ୨୦୧୪ ମସିହାରେ ସେ ପ୍ରଥମେ ରାଜନୀତିରେ ପାଦ ଦେଇ ବରଗଡ଼ ଲୋକସଭା ଆସନରୁ ବିଜେପି ଟିକେଟରେ ଲଢ଼ିଥିଲେ। ତେବେ ସ୍ୱଳ୍ପ ବ୍ୟବଧାନରେ ସେ ହାରି ଯାଇଥିଲେ। ଏହାପରେ ୨୦୧୯ ନିର୍ବାଚନ ପୂର୍ବରୁ ଓଡ଼ିଶା ବିଜେପିର ରାଜ୍ୟ ନେତୃତ୍ୱଙ୍କ ସହିତ ବିବାଦ ଘଟି ସେ ବିଜେପି ଛାଡ଼ିଥିଲେ। ଏହାପରେ ସେ ବିଜେଡିରେ ଯୋଗଦେବା ସହ ନବୀନ ପଟ୍ଟନାୟକ ତାଙ୍କ ଉପରେ ଭରଷା ରଖି ତାଙ୍କୁ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ କରିଥିଲେ। ପଶ୍ଚିମ ଓଡ଼ିଶାର ଜଣେ ଟାଣୁଆ ନେତା ତଥା ଦକ୍ଷ ସଙ୍ଗଠକ ଭାବରେ ସୁବାଷ ପରିଚିତ ।

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories