www.samajalive.in
Sunday, December 14, 2025
16.1 C
Bhubaneswar

ମଦ ନିଶାରେ ମାରି ନିଜେ ଆତ୍ମହତ୍ୟା କରିଥିଲେ ପିଏସ୍‌ଓ : ଉତ୍ତରାଞ୍ଚଳ ଆଇଜି ହିମାଂଶୁ ଲାଲ୍

ସୋନପୁର/ବିନିକା: ସୁବର୍ଣ୍ଣପୁର ବିନିକା ଚୁଲିମାଲରେ ପୁଲିସ୍ ବନ୍ଧୁକ ଗୁଳିରେ ଦୁଇ ମୃତ ଘଟଣା ଉପରୁ ପର୍ଦ୍ଦା ଉଠାଇଛନ୍ତି ଉତ୍ତରାଞ୍ଚଳ ଆଇଜି ହିମାଂଶୁ ଲାଲ୍ । ସେ କହିଛନ୍ତି  ଅତ୍ୟଧିକ ମଦ ନିଶାରୁ ଏହି ଗୁଳିକାଣ୍ଡଟି ଘଟିଛି। ଘଟଣାରେ କୌଣସି ପୂର୍ବ ଶତ୍ରୁତା ନଥିଲା। ମଦ ନିଶାରେ କନଷ୍ଟେବଳ ଜଣକ ପ୍ରଥମେ ଫାଙ୍କା ଗୁଳିଚାଳନା କରିଥିଲେ। ନିଶାରେ ଚୁର ହୋଇ ସମ୍ପର୍କୀୟ ଭାଇଙ୍କୁ ଗୁଳି କରି ହତ୍ୟା କରିଥିଲେ । ପରେ ନିଜ ମୁଣ୍ଡକୁ ସର୍ଭିସ୍ ପିସ୍ତଲରୁ ଗୁଳି କରି ଆତ୍ମହତ୍ୟା କରିଥିଲେ। ମଙ୍ଗଳବାର ପୁଲିସ୍ ପିସ୍ତଲରୁ ଅତି ରହସ୍ୟଜନକ ଭାବେ ଗୁଳି ଫୁଟି ଦୁଇ ଜଣଙ୍କର ପ୍ରାଣହାନୀ ହୋଇଥିଲା। ମୃତକ ଦୁଇ ଜଣ ହେଉଛନ୍ତି ମନୋଜ ଝାଙ୍କର ଏବଂ ସହଦେବ ଝାଙ୍କର। ଉଭୟ ସମ୍ପକୀୟ ଭାଈ। ଏବଂ ଏମାନଙ୍କ ଘର ବିନିକା ଥାନା ଭଣ୍ଡାର ପଞ୍ଚାୟତ ଚୁଲିମାଲ ଗାଁରେ। ଖୋଲା ପଡିଆରୁ ଉଭୟଙ୍କ ରକ୍ତାକ୍ତ ମୃତଦେହ ମିଳିଥିଲା। ମୃତଦେହ ନିକଟରୁ ପୁଲିସ୍ ସର୍ଭିସ୍ ପିସ୍ତଲ ମିଳିଥିବାବେଳେ ମୃତ ପୁଲିସ୍ କନେଷ୍ଟବଳ ଜଣକ ପିଏସଓ ଥିବାର ସୂଚନା ମିଳିଛି। ଦୁଇ ଜଣଙ୍କ ମୁଣ୍ଡରେ ଗୁଳି ବାଜିଛି।  ପୁଲିସ୍ ଏହି ଘଟଣାରେ ଦୁଇ ଜଣଙ୍କୁ ଅଟକ ରଖି ଅଧିକ ପଚରାଉଚରା ଜାରି ରଖିଛି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories