www.samajalive.in
Saturday, December 6, 2025
26.1 C
Bhubaneswar

ଯୌତୁକ ଜୁଇରେ ନବବଧୂ: ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକ

ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲା ବିନିକି ଥାନା ଚରଦା ଗାଁରେ ଅଭାବନୀୟ ଘଟଣା ଘଟିଛି। ଯୌତୁକ ପାଇଁ ନବ ବଧୂକୁ ବିଷ ପିଆଇ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତକ ହେଲେ ଅଞ୍ଜଳି ପ୍ରଧାନ। ୬ ମାସ ତଳେ ଅଞ୍ଜଳି ନରେନ୍ଦ୍ର ପ୍ରଧାନଙ୍କୁ ବିବାହ କରିଥିଲେ। ହେଲେ ବିବାହର କିଛି ଦିନ ପରେ ଉଭୟଙ୍କ ମଧ୍ୟରେ ପାରିବାରିକ କଳହ ଦେଖିବାକୁ ମିଳିଥିଲା। ବାପ ଘରୁ ଟଙ୍କା ଏବଂ ସୁନା ଆଣିବାକୁ ବିଭିନ୍ନ ସମୟରେ ସ୍ଵାମୀ ବାଧ୍ୟ କରୁଥିଲେ। ଟଙ୍କା ଓ ସୁନା ନ ଆଣିବାରୁ ଅଞ୍ଜଳିଙ୍କୁ ଶାଶୁଘର ଲୋକେ ବିଷ ପିଆଇ ଦେଇଥିବା ଅଭିଯୋଗ କରିଛନ୍ତି ମୃତକଙ୍କ ପରିବାର ଲୋକ। ତାଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ବିନିକା ଗୋ​‌ଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ର ଏବଂ ପରେ ବୁର୍ଲା ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ଏ ନେଇ ମୃତକଙ୍କ ପରିବାର ଲୋକ ଥାନାରେ ଅଭିଯୋଗ କରିଛନ୍ତି। ପୁଲିସ ଏ ନେଇ ଏକ ମାମଲା ରୁଜ୍ଜୁ କରି ଅଧିକ ତଦନ୍ତ ଜାରି ରଖିଛି।

Hot this week

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

Related Articles

Popular Categories