www.samajalive.in
Monday, December 15, 2025
15.1 C
Bhubaneswar

ସୁଭଦ୍ରା ଯୋଜନା ସଚେତନତା ରଥ ଉଦଘାଟିତ

ଆଠଗଡ : ଆଠଗଡ ବିଜ୍ଞାପିତ ଅଞ୍ଚଳ ପରିଷଦର ୧୮ ଟି ୱାର୍ଡରେ ସୁଭଦ୍ରା ଯୋଜନାର ସଚେତନତା ରଥ ମଙ୍ଗଳବାର ଉଦଘାଟିତ ହୋଇଯାଇଛି । ଏନଏସି କାର୍ଯ୍ୟାଳୟ ସନ୍ନିକଟ ବିଜୁ ପଟ୍ଟନାୟକ କଲ୍ୟାଣ ମଣ୍ଡପଠାରେ ନିର୍ବାହୀ ଅଧିକାରୀ ଡଃ ପ୍ରଦୀପ କୁମାର ସାହାଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଯୋଗଦେଇ ଉପନଗରପାଳ ବି ଶୁଭ୍ରଶଙ୍କର ଜ୍ୟୋତି ପତାକା ଦେଖାଇ ରଥ ପରିକ୍ରମାର ଉଦଘାଟନ କରିଥିଲେ । ୨ ଦିନ ମଧ୍ୟରେ ଆଠଗଡ ସହରର ସମସ୍ତ ୧୮ଟି ଯାକ ୱାର୍ଡ ଅନ୍ତର୍ଗତ ସମସ୍ତ ସାହି ବସ୍ତିରେ ଏହି ରଥ ପରିକ୍ରମା କରିବ । ରାଜ୍ୟ ସରକାରଙ୍କର ମହିଳାଙ୍କ ପାଇଁ ଉଦ୍ଦିଷ୍ଟ ଏହି ନୂତନ ସୁଭଦ୍ରା ଯୋଜନା ସମ୍ପର୍କରେ ପ୍ରଚାର ପ୍ରସାର କରି ଜନସଚେତନତା ସୃଷ୍ଟି କରିବା ଏହାର ମୁଖ୍ୟ ଉଦ୍ଦେଶ୍ୟ ବୋଲି ନିର୍ବାହୀ ଅଧିକାରୀ ଡଃ ସାହା କହିଥିଲେ । ଏହି କାର୍ଯ୍ୟକ୍ରମରେ ଉପନଗରପାଳଙ୍କ ବ୍ୟତୀତ ସିଡିପିଓ ନିବେଦିତା ରାୟ, ସାଂସଦଙ୍କ ଏନଏସି ପ୍ରତିନିଧି ସରୋଜ କୁମାର ଦାସଙ୍କ ସମେତ ଏନଏସିର ସମସ୍ତ ଅଧିକାରୀ ଓ କର୍ମଚାରୀ ଏବଂ ସହରର ବିଭିନ୍ନ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର ସଦସ୍ୟ ଯୋଗଦାନ କରିଥିଲେ ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories