www.samajalive.in
Monday, December 15, 2025
14.1 C
Bhubaneswar

ସୁଭଦ୍ରାକୁ ନେଇ ପୁଣି ଆସିଲା ବଡ ଅପଡେଟ୍…

ଭୁବନେଶ୍ଵର: ମାର୍ଚ୍ଚ ୬ରେ ମିଳିବ ସୁଭଦ୍ରା ଟଙ୍କା। ମହିଳାଙ୍କୁ ମିଳିବ ପ୍ରଥମ କିସ୍ତିର ପଞ୍ଚମ ପର୍ଯ୍ୟାୟ ଟଙ୍କା। ପଞ୍ଚମ କିସ୍ତିରେ ୧ ଲକ୍ଷ ୭୦ ହଜାର ମହିଳା ଟଙ୍କା ପାଇବେ। ଏ ନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି। ଏହାର ଦିନକ ପରେ ଅର୍ଥାତ୍ ମାର୍ଚ୍ଚ ୮ ତାରିଖରେ ଏକ କୋଟି ମହିଳାଙ୍କୁ ଦ୍ଵିତୀୟ କିସ୍ତି ମିଳିବ।  ପ୍ରଥମ ପର୍ଯ୍ୟାୟର ୪ଟି କିସ୍ତିରେ ପ୍ରାୟ ୯୭ ଲକ୍ଷରୁ ଊର୍ଦ୍ଧ୍ବ ମହିଳାଙ୍କୁ ଯୋଜନାରେ ଅନ୍ତର୍ଭୁକ୍ତ କରି ୫ହଜାର ଟଙ୍କା ଲେଖାଏଁ ଦିଆଯାଇଛି। ଏନ୍‌ପିସିଆର ଠିକ୍ ହୋଇଥିବାରୁ ୨ଲକ୍ଷରୁ ଊର୍ଦ୍ଧ୍ବ ମହିଳାଙ୍କୁ ପୁଣି ସୁଭଦ୍ରା ଯୋଜନାରେ ସାମିଲ କରି କୋଟିଏ ହିତାଧିକାରୀଙ୍କୁ ଦ୍ବିତୀୟ ପର୍ଯ୍ୟାୟର କିସ୍ତି ଟଙ୍କା ଦିଆଯିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବ୍ରହ୍ମପୁରରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଆୟୋଜନ କରି ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ଟଙ୍କା ହସ୍ତାନ୍ତର କରିବେ ବୋଲି ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories