www.samajalive.in
Saturday, December 6, 2025
16.1 C
Bhubaneswar

ଆଜି ମିଳିବ ସୁଭଦ୍ରା ଟଙ୍କା

ଭୁବନେଶ୍ୱର : ସୁଭଦ୍ରା ଯୋଜନାରେ ଆଜି ପ୍ରଥମ କିସ୍ତିର ୪ର୍ଥ ପର୍ଯ୍ୟାୟରେ ହିତାଧିକାରୀଙ୍କୁ ୫ହଜାର ଟଙ୍କା ଲେଖାଏଁ ସହାୟତା ମିଳିବ। ପ୍ରାୟ ୧୮ଲକ୍ଷ ମହିଳା ଏହି ପର୍ଯ୍ୟାୟରେ ସହାୟତା ପାଇବେ। ଯାଜପୁରରେ ଆୟୋଜିତ ହେବାକୁ ଥିବା ସ୍ବତନ୍ତ୍ର ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମହିଳାଙ୍କୁ ପ୍ରଥମ ପର୍ଯ୍ୟାୟର ଚତୁର୍ଥ କିସ୍ତି ଟଙ୍କା ପ୍ରଦାନ କରିବେ । ସୂଚନାଯୋଗ୍ୟ, ସେପ୍ଟେମ୍ବର ୧୭ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହି ଯୋଜନାର ଶୁଭାରମ୍ଭ କରିଥିଲେ। ଅକ୍ଟୋବର ୯ ଓ ନଭେମ୍ବର ୨୪ ତାରିଖରେ ସୁଭଦ୍ରା ଟଙ୍କା ପ୍ରଦାନ କରାଯାଇଥିଲା। ବର୍ତ୍ତମାନ ସୁଦ୍ଧା ୮୦ ଲକ୍ଷରୁ ଊର୍ଦ୍ଧ୍ୱ ମହିଳାଙ୍କୁ ସୁଭଦ୍ରା ଯୋଜନାରେ ସାମିଲ କରାଯାଇ ସାରିଲାଣି। ମାର୍ଚ୍ଚ ୮ତାରିଖରେ ସୁଭଦ୍ରା ଯୋଜନାରେ ଦ୍ବିତୀୟ କିସ୍ତି ଅର୍ଥ ପ୍ରଦାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ସାଧାରଣତନ୍ତ୍ର ଦିବସରେ ଘୋଷଣା କରିଥିଲେ। ଆସନ୍ତାକାଲି ସୁଭଦ୍ରା ସହାୟତା ରାଶି ପ୍ରଦାନ ପରେ ମୋଟ ହିତାଧିକାରୀଙ୍କ ସଂଖ୍ୟା ୯୮ଲକ୍ଷ ଅତିକ୍ରମ କରିବ ବୋଲି ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି। ଯେଉଁମାନେ ଏନ୍‌ପିସିଆଇ ଓ କେୱାଇସି ଅପ୍‌ଡେଟ କାରଣରୁ ସହାୟତା ପାଇପାରିନାହାନ୍ତି, ସେମାନେ ନିଜ ନିଜ ବ୍ୟାଙ୍କ ଶାଖାକୁ ଯାଇ ତାହାକୁ ସୁଧାରି ନେବାକୁ କୁହାଯାଇଛି।

Hot this week

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

Related Articles

Popular Categories