www.samajalive.in
Saturday, December 6, 2025
16.1 C
Bhubaneswar

ଆଜି ମିଳିବ ୫ମ ପର୍ଯ୍ୟାୟ ସୁଭଦ୍ରା ଟଙ୍କା

ଭୁବନେଶ୍ବର : ଆଜି ମିଳିବ ସୁଭଦ୍ରାର ପ୍ରଥମ କିସ୍ତିର ୫ମ ପର୍ଯ୍ୟାୟ ଟଙ୍କା।  ପ୍ରଥମ କିସ୍ତିର ପଞ୍ଚମ ପର୍ଯ୍ୟାୟରେ ୧ଲକ୍ଷ ୭୦ହଜାର ମହିଳାଙ୍କୁ ୫ହଜାର ଟଙ୍କା ଲେଖାଏଁ ମିଳିବ। ମାର୍ଚ୍ଚ ୮ ଅନ୍ତର୍ଜାତୀୟ ମହିଳା ଦିବସରେ ଦ୍ବିତୀୟ କିସ୍ତିରେ ପ୍ରାୟ ୧ କୋଟି ହିତାଧିକାରୀଙ୍କୁ ଅର୍ଥ ପ୍ରଦାନ କରାଯିବ। ସୁଭଦ୍ରା ଯୋଜନାରେ ୧ କୋଟିରୁ ଅଧିକ ହିତାଧିକାରୀ ଉପକୃତ ହେବେ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା କହିଛନ୍ତି। ଅନ୍ୟପଟେ ସୁଭଦ୍ରା ଯୋଜନାରୁ ବାଦ୍ ପଡ଼ିଥିବା ହିତାଧିକାରୀଙ୍କୁ ଚିହ୍ନଟ କରିବା ପାଇଁ ସରକାରୀ ଅଧିକାରୀ ଘର ଘର ବୁଲି ସର୍ଭେ କରିବେ। ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ସୁଭଦ୍ରା ଯୋଜନାର ଲାଭ ପାଇଁ ଆବେଦନ କରିବାର ଶେଷ ତାରିଖ ମାର୍ଚ୍ଚ ୩୧ ରହିଛି। କେତେକ ହିତାଧିକାରୀ ଆବେଦନ କରିବା ନେଇ ସମସ୍ୟାରେ ପଡ଼ିଥିବା ଖବର ଦୃଷ୍ଟିକୁ ଆସିଛି। ଏବେ ସରକାରୀ ଅଧିକାରୀମାନେ ଘରକୁ ଘର ବୁଲି ସର୍ଭେ କରି ବାଦ୍ ପଡ଼ିଥିବା ସୁଭଦ୍ରା ହିତାଧିକାରୀଙ୍କୁ ଚିହ୍ନଟ କରି ସେମାନଙ୍କୁ ସାମିଲ କରିବେ। ବର୍ତ୍ତମାନ ସୁଦ୍ଧା ୧ କୋଟି ୮ ଲକ୍ଷ ମହିଳା ଏହି ଯୋଜନାରେ ପଞ୍ଜିକୃତ ହୋଇଛନ୍ତି। ସରକାରଙ୍କ ଏହି ପ୍ରମୁଖ ଯୋଜନା ୮ ମାସ ପୂର୍ବେ ଆରମ୍ଭ ହୋଇଥିଲା। ପୂର୍ବରୁ ୯୭ଲକ୍ଷରୁ ଊର୍ଦ୍ଧ୍ବ ହିତାଧିକାରୀଙ୍କୁ ସହାୟତା ପ୍ରଦାନ କରାଯାଇଛି।

Hot this week

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

Related Articles

Popular Categories