www.samajalive.in
Friday, December 12, 2025
14.1 C
Bhubaneswar

ବାକି ଆବେଦନକାରୀଙ୍କୁ ଦୀପାବଳିରେ ମିଳିବ ସୁଭଦ୍ରା ଟଙ୍କା

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କ ତିନିଦିନିଆ କେନ୍ଦୁଝର ଗସ୍ତର ଶେଷ ଦିନରେ ଲୋକଙ୍କ ଅଭିଯୋଗ ଶୁଣିଛନ୍ତି। କେନ୍ଦୁଝର ସର୍କିଟ ହାଉସ ଓ ମଣ୍ଡୁଆସ୍ଥିତ ଅଭିଯୋଗ ଶୁଣାଣି କ୍ୟାମ୍ପ କାର୍ଯ୍ୟାଳୟରେ ସାଧାରଣ ଲୋକଙ୍କୁ ଭେଟି ସେମାନଙ୍କର ଅଭିଯୋଗ ପତ୍ର ଗ୍ରହଣ କରିବା ସହିତ ସମସ୍ୟାର ସମାଧାନ ପାଇଁ ପ୍ରତିଶ୍ରୁତି ଦେଇଛନ୍ତି। ପାଖାପାଖି ୨୫୦ ଲୋକ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ସେମାନଙ୍କ ସମସ୍ୟା ସମ୍ପର୍କରେ ଅଭିଯୋଗ ପତ୍ର ଦେଇଥିଲେ। ମୁଖ୍ୟମନ୍ତ୍ରୀ ନିଜେ ପ୍ରତ୍ୟକ୍ଷଭାବେ ଏହା ଗ୍ରହଣ କରି ସମସ୍ୟାର ସମାଧାନ ପାଇଁ ପଦକ୍ଷେପ ନେବାକୁ ପଦାଧିକାରୀମାନଙ୍କୁ ନିର୍ଦେଶ ଦେଇଥିଲେ। ଏହି ଅବସରରେ ସୁଭଦ୍ରା ଟଙ୍କା ପାଇନଥିବା ଆବେଦନକାରୀ କାଳି ପୂଜା ବେଳକୁ ଏହା ପାଇଯିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Hot this week

ସାମାନ୍ୟ କମିଲା ସୁନାଦର

ନୂଆଦିଲ୍ଲୀ-ଭାରତରେ ସୁନା ମୂଲ୍ୟ ହ୍ରାସ ପାଇଛି। ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ସୁନାର...

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

Related Articles

Popular Categories