www.samajalive.in
Saturday, December 6, 2025
17.1 C
Bhubaneswar

୧୫ ଦିନ ଭିତରେ ସରିବ ‘ସୁଭଦ୍ରା’ ରିଜେକ୍ସନ ଯାଞ୍ଚ- ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ୧୫ ଦିନ ଭିତରେ ସରିବ ‘ସୁଭଦ୍ରା’ ରିଜେକ୍ସନ ଯାଞ୍ଚ। ଏନେଇ ଗୁରୁବାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ସୂଚନା ଦେଇଛନ୍ତି। ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ଅଧିକ ରିଜେକ୍ସନ ସ୍ଥାନକୁ ଗୁରୁତ୍ୱ ଦିଆଯାଉଛି। ମାଲକାନଗିରି, ଗଜପତି, କୋରାପୁଟରେ ଅଧିକ ରିଜେକ୍ସନ ହୋଇଛି । ଶୁକ୍ରବାର ଠାରୁ ମାଲକାନଗିରିରେ ଯାଞ୍ଚ ଆରମ୍ଭ ହେବ।
ସୂଚନାନୁଯାୟୀ, ୨୦୨୫ ମାର୍ଚ୍ଚ ୭ ‘ସୁଭଦ୍ରା’ ପ୍ରଥମ କିସ୍ତି ଆବେଦନର ଶେଷ ତାରିଖ ବୋଲି ନଭେମ୍ବର ୨୬ରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ସୂଚନା ଦେଇ କହିଛନ୍ତି। ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ମାର୍ଚ୍ଚ ୮ ମହିଳା ଦିବସରେ ୨ୟ କିସ୍ତି ‘ସୁଭଦ୍ରା’ ଟଙ୍କା ମିଳିବ । ତେଣୁ ମାର୍ଚ୍ଚ ୭ ପ୍ରଥମ କିସ୍ତି ଆବେଦନର ଶେଷ ତାରିଖ । କେହି ଆବେଦନ ପାଇଁ ଭିଡ ଜମାଇବା ଦରକାର ନାହିଁ । ଏଯାଏଁ ୮୦ ଲକ୍ଷ ୪୬ ହଜାର ହିତାଧିକାରୀଙ୍କୁ ସୁଭଦ୍ରା ଟଙ୍କା ମିଳି ସାରିଲାଣି। ୧ କୋଟି ୪୬ ଲକ୍ଷ ଏଯାବତ ପଞ୍ଜିକରଣ କରି ସାରିଛନ୍ତି ।
ବଣ୍ଡା ଘାଟିରେ ‘ସୁଭଦ୍ରା’ ଅପହଞ୍ଚ ନେଇ ଉପମୁଖ୍ୟମନ୍ତ୍ରୀ ସୂଚନା ଦେଇ କହିଛନ୍ତି, ୧୭୧୧ ମହିଳାଙ୍କ ମଧ୍ୟରୁ ୫ ଶହରୁ ଅଧିକ ଟଙ୍କା ପାଇ ସାରିଛନ୍ତି । ଆବେଦନ ସମସ୍ୟା ନେଇ ଅନ୍ୟମାନେ ପାଇବା ବିଳମ୍ବ ହୋଇଛି। ସରକାରୀ ଅଧିକାରୀ ବଣ୍ଡାଘାଟି ଯାଇ ଲୋକଙ୍କ ପାଖରେ ପହଞ୍ଚିବେ । ଯାହା ସମସ୍ୟା ରହିଛି, ତାହାକୁ ସରକାରୀ ଅଧିକାରୀ ଦୂର କରିବେ ।

ଡିସେମ୍ବରରେ ୪ ଗ୍ରହଙ୍କ ଚଳନ, ଏହି ରାଶି ହେବେ ଭାଗ୍ୟଶାଳୀ, ବଢିବ ଧନ, ନୂଆ ଚାକିରି ସହ ରହିଛି ବିବାହ ଯୋଗ..

ଦେଖନ୍ତୁ ଭିଡିଓ; ଐଶ୍ୱର୍ଯ୍ୟାଙ୍କ ନାମରୁ ହଟିଲା ‘ବଚ୍ଚନ’ ସାଙ୍ଗିଆ, ପ୍ରଶଂସକ କାବା !

- Advertisement -

 

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories