ଡିସେମ୍ବରରେ ମିଳିବ ଚତୁର୍ଥ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା- ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ନଭେମ୍ବର ଶେଷ ସପ୍ତାହରେ ୨୦ ଲକ୍ଷରୁ ଅଧିକ ହିତାଧିକାରୀଙ୍କୁ ‘ସୁଭଦ୍ରା’ ଟଙ୍କା ମିଳିବାକୁ ଥିବା ବେଳେ ଡିସେମ୍ବରରେ ଚତୁର୍ଥ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା ମିଳିବ । ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା କହିଛନ୍ତି, ଡିସେମ୍ବର ଶେଷ ସୁଦ୍ଧା ୧ କୋଟିରୁ ଅଧିକ ମହିଳାଙ୍କୁ ଟଙ୍କା ମିଳିବ । ଖାରଜ ଆବେଦନର ରିଚେକ୍‌ ପାଇଁ ବିଡିଓଙ୍କୁ ନୋଡାଲ ଏଜେନ୍ସି ଦାୟିତ୍ୱ ନେବେ । ଜିଲାସ୍ତରରେ ଜିଲା ମଙ୍ଗଳ ଅଧିକାରୀଙ୍କୁ ନେଇ ୩ ଜଣିଆ କମିଟି ହୋଇଛି । ଖାରଜ ହିତାଧିକାରୀଙ୍କୁ ଅଙ୍ଗନବାଡି ଦିଦିଙ୍କ ଜରିଆରେ ନୋଟିସ୍‌ ହେବ । ଜମି ଆଧାରରେ ଖାରଜ ହୋଇଥିଲେ ତହସିଲଦାର, ଆରଆଇ ପୁନଃ ଯାଞ୍ଚ କରିବେ। ଖାରଜ ୨ଲକ୍ଷ ୬୭ ହଜାର ଆବେଦନ ମଧ୍ୟରୁ ଜମି ଆଧାରରେ ଅଧିକ, ବ୍ୟାଙ୍କ ଲିଙ୍କ୍‌ ପାଇଁ କଟିଥିଲେ ବ୍ୟାଙ୍କ ସହ ଯୋଗାଯୋଗ କରି ଜଣାଇବେ । ଅଙ୍ଗନବାଡି କର୍ମୀ, ଏମ୍‌ବିକେମାନଙ୍କୁ ଯାଞ୍ଚ କରି ଟଙ୍କା ଦିଆଯିବ ବୋଲି ସୂଚନା ମିଳିଛି ।

ନଭେମ୍ବର ୭ରେ ଶୁକ୍ର କରିବେ ରାଶି ପରିବର୍ତ୍ତନ; ଜାଣନ୍ତୁ ସମସ୍ତ ରାଶି ଉପରେ ପଡିବ କି ପ୍ରଭାବ..

Comments are closed.