www.samajalive.in
Sunday, December 7, 2025
15.1 C
Bhubaneswar

ଜନ୍ମଦିନରେ ପ୍ରଧାନମନ୍ତ୍ରୀଙ୍କ ସୁଭଦ୍ରା ଭେଟି

ଭୁବନେଶ୍ବର : ରାଜ୍ୟ ସରକାରଙ୍କ ବହୁ ପ୍ରତୀକ୍ଷିତ ‘ସୁଭଦ୍ରା’ ଯୋଜନା ଆଜି (ମଙ୍ଗଳବାର) ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ବାରା ଶୁଭାରମ୍ଭ ହେବ। ପ୍ରଧାନମନ୍ତ୍ରୀ ନିଜ ଜନ୍ମଦିନରେ ଏହି ଯୋଜନାର ଶୁଭାରମ୍ଭ କରି ପ୍ରାୟ ୧୦ଲକ୍ଷ ମହିଳା ହିତାଧିକାରୀଙ୍କୁ ୫ହଜାର ଲେଖାଏଁ ଟଙ୍କା ପ୍ରଦାନ କରିବେ। ପ୍ରତ୍ୟେକ ଯୋଗ୍ୟ ସୁଭଦ୍ରା ହିତାଧିକାରୀ ପ୍ରଥମ କିସ୍ତିରେ ୫ ହଜାର ଟଙ୍କା ପାଇବେ। ଏହାପୂର୍ବରୁ ପରୀକ୍ଷାମୂଳକ ଭାବେ ହିତାଧିକାରୀଙ୍କ ଆକାଉଣ୍ଟକୁ ରାଜ୍ୟ ସରକାର ୧ ଟଙ୍କା ଲେଖାଏଁ ପଠାଇଛନ୍ତି। ଏନେଇ ସେମାନଙ୍କ ମୋବାଇଲକୁ କନଫର୍ମେସନ ମେସେଜ ଯାଇଛି। ମେସେଜ୍‌ ପାଇ ନ ଥିବା ହିତାଧିକାରୀ ବି ସୁଭଦ୍ରା ସହାୟତା ଅର୍ଥ ପାଇ‌େ‌ବ ବୋଲି ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ବିଭାଗ ମନ୍ତ୍ରୀ ପ୍ରଭାତୀ ପରିଡ଼ା ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ଆକାଉଣ୍ଟକୁ ୧ଟଙ୍କା ଲେଖାଏଁ ଯାଇନଥିବା ହିତାଧିକାରୀ ଚିନ୍ତିତ ନ ହେବାକୁ ସେ ଆଶ୍ବାସନା ଦେଇଛନ୍ତି।  ଆକାଉଣ୍ଟକୁ ୧ ଟଙ୍କା ପଠାଯିବା ପରୀକ୍ଷାମୂଳକ ଥିବା ସେ କହିଛନ୍ତି। ସୁଭଦ୍ରା ଯୋଜନାର ଆବେଦନ ମଧ୍ୟରେ ସାଇବର ଠକ ମାତିଛନ୍ତି। କିଛି ହିତାଧିକାରୀଙ୍କ ମୋବାଇଲକୁ ନକଲି ଲିଙ୍କ ଆସୁଛି। ଏଭଳି ଲିଙ୍କରେ କ୍ଲିକ ନ କରିବାକୁ ସେ ପରାମର୍ଶ ଦେଇଛନ୍ତି। ସରକାରଙ୍କ ତରଫରୁ ହିତାଧିକାରୀଙ୍କ ନିକଟକୁ କୌଣସି ଫୋନ କଲ ଯାଉନି। ଲିଙ୍କ ପଠାଉଥିବା ବ୍ୟକ୍ତି ସାଇବର ଠକ ହୋଇପାରନ୍ତି, ଏଥିପାଇଁ ସତର୍କ ରହନ୍ତୁ। ଫର୍ମରେ ଆବେଦନ କରନ୍ତୁ, ଇ-କେୱାଇସି ଦିଅନ୍ତୁ, ଯୋଗ୍ୟ ହିତାଧିକାରୀ ନିଶ୍ଚିତ ‘ସୁଭଦ୍ରା’ ସହାୟତା ପାଇବେ ବୋଲି ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡ଼ା କହିଛନ୍ତି। ସୁଭଦ୍ରା ଯୋଜନାରେ ଏ ପର୍ଯ୍ୟନ୍ତ ୬୫ ଲକ୍ଷ ମହିଳା ଆବେଦନ କରିସାରିଲେଣି। ରାଜ୍ୟର ସମସ୍ତ ଯୋଗ୍ୟ ମହିଳାଙ୍କୁ ସୁଭଦ୍ରା ଯୋଜନାରେ ଟଙ୍କା ମିଳିବ ବୋଲି ସେ ଦୋହରାଇଛନ୍ତି। ପ୍ରଧାନମନ୍ତ୍ରୀ ଭୁବନେଶ୍ୱରରେ ଓଡ଼ିଶା ସରକାରଙ୍କ ଫ୍ଲାଗସିପ୍ ଯୋଜନା ‘ସୁଭଦ୍ରା ଯୋଜନା’ର ଶୁଭାରମ୍ଭ କରିବେ। ଏହା ସର୍ବବୃହତ୍ ଓ ଏକକ ମହିଳା କୈନ୍ଦ୍ରିକ ଯୋଜନା। ଏଥିରେ ୧ କୋଟିରୁ ଅଧିକ ମହିଳା ସାମିଲ ହେବେ ବୋଲି ଆଶା କରାଯାଉଛି। ଏହି ଯୋଜନା ଅଧୀନରେ ୨୧ବର୍ଷରୁ ଅଧିକ ଓ ୬୦ ବର୍ଷ ବୟସର ସମସ୍ତ ଯୋଗ୍ୟ ହିତାଧିକାରୀଙ୍କୁ ୨୦୨୪-୨୫ରୁ ୨୦୨୮-୨୯ ମଧ୍ୟରେ ୫ ବର୍ଷ ମଧ୍ୟରେ ପ୍ରତ୍ୟେକଙ୍କୁ ୫୦ ହଜାର ଲେଖାଏଁ ଟଙ୍କା ମିଳିବ। ଦୁଇଟି ସମାନ କିସ୍ତିରେ ବାର୍ଷିକ ୧୦ ହଜାର ଟଙ୍କା ହିତାଧିକାରୀଙ୍କ ଆଧାର ସକ୍ଷମ ଏବଂ ଡିବିଟି ସକ୍ଷମ ବ୍ୟାଙ୍କ ଆକାଉଣ୍ଟରେ ସିଧାସଳଖ ଜମା କରାଯିବ। ଆଜି ପ୍ରଧାନମନ୍ତ୍ରୀ ୧୦ ଲକ୍ଷରୁ ଅଧିକ ମହିଳାଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପାଣ୍ଠି ହସ୍ତାନ୍ତରର ଶୁଭାରମ୍ଭ କରିବାର କାର୍ଯ୍ୟକ୍ରମ ରହିଛି। ସମସ୍ତ ଯୋଗ୍ୟ ହିତାଧିକାରୀଙ୍କ ଆକାଉଣ୍ଟକୁ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ଟଙ୍କା ପଠାଯିବ। ଯେଉଁମାନେ ୧୭ତାରିଖ ପରେ ଆବେଦନ କରିବେ ସେମାନଙ୍କ ଆକାଉଣ୍ଟକୁ ମଧ୍ୟ ଟଙ୍କା ଯିବ। ଯେଉଁମାନେ ଆବେଦନ କରି ନାହାନ୍ତି ସେମାନେ ବିବ୍ରତ ନହେବାକୁ ସେ ପରାମର୍ଶ ଦେଇଛନ୍ତି। ତାଙ୍କ ଆକାଉଣ୍ଟକୁ ମଧ୍ୟ ସୁଭଦ୍ରା ଟଙ୍କା ଯିବ। ଶେଷ ହିତାଧିକାରୀଙ୍କ ପର୍ଯ୍ୟନ୍ତ ସୁଭଦ୍ରା ଯୋଜନା ପାଇଁ ଆବେଦନ ସୁଯୋଗ ରହିବ ବୋଲି କହିଛନ୍ତି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories