www.samajalive.in
Monday, December 8, 2025
27.1 C
Bhubaneswar

ଆକାଉଣ୍ଟକୁ ଆସିନି ଏକ ଟଙ୍କା, ସ୍ପଷ୍ଟୀକରଣ ରଖିଲେ ସରକାର

ଭୁବନେଶ୍ବର : ସାମାଜିକ ଗଣମାଧ୍ୟମରେ ସୁଭଦ୍ରା ହିତାଧିକାରୀଙ୍କ ଆକାଉଣ୍ଟକୁ ଏକ ଟଙ୍କା ଆସିନଥିବା ନେଇ ଖବର ଭାଇରାଲ  ହେଉଛି । ଏହାପରେ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇଛି କି ହିତାଧିକାରୀମାନଙ୍କ ବ୍ୟାଙ୍କ ଖାତା ସଚଳ ଅଛି କି ନାହିଁ ତାହା ପରୀକ୍ଷା କରିବା ପାଇଁ ପ୍ରଥମ ପର୍ଯ୍ୟାୟରେ ଯୋଗ୍ୟ ବିବେଚିତ ହୋଇଥିବା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପରୀକ୍ଷାମୂଳକ ଭାବେ ଏକ ଟଙ୍କା ପଠାଯିବାର ବ୍ୟବସ୍ଥା ହୋଇଥିଲା। କିନ୍ତୁ ଦ୍ଵିତୀୟ ପର୍ଯ୍ୟାୟ ନିମନ୍ତେ ଏପରି କିଛି ବ୍ୟବସ୍ଥା ଆରମ୍ଭ ହୋଇନି । ତେଣୁ ସାମାଜିକ ଗଣମାଧ୍ୟମରେ ଚାଲୁଥିବା ମିଥ୍ୟା ଖବର ଦ୍ଵାରା ଭ୍ରମିତ ନ ହେବା ପାଇଁ ବିଭାଗ ତରଫରୁ ଅନୁରୋଧ କରାଯାଇଛି। ସୂଚନାଯୋଗ୍ୟ ବର୍ତ୍ତମାନ ସୁଦ୍ଧା ରାଜ୍ୟର ୧ କୋଟି ୨୦ ହଜାର ମହିଳା ହିତାଧିକାରୀ ସୁଭଦ୍ରା ଯୋଜନାରେ ପଞ୍ଜୀକରଣ କରିଛନ୍ତି । ଆଗାମୀ କିସ୍ତିରେ ହିତାଧିକାରୀଙ୍କ ଆକାଉଣ୍ଟକୁ ଟଙ୍କା ପଠାଯିବ । କିନ୍ତୁ ପରୀକ୍ଷାମୂଳକ ଭାବେ ଏକ ଟଙ୍କା ପଠାଯିବ ବୋଲି କେଉଁଠି ବି କୁହାଯାଇନି । ଅର୍ଥାତ୍ ଯେଉଁମାନଙ୍କ ଆକାଉଣ୍ଟକୁ ଏକ ଟଙ୍କା ଆସିନି ସେମାନେ ବ୍ୟସ୍ତ ହେବା ଆବଶ୍ୟକ ନାହିଁ ।

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories