www.samajalive.in
Friday, December 12, 2025
14.1 C
Bhubaneswar

‘ସୁଭଦ୍ରା’କୁ ନେଇ ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ସୁଭଦ୍ରା ଯୋଜନାକୁ ନେଇ ଏବେ ରାଜ୍ୟରେ ଚର୍ଚ୍ଚା ଜୋର ଧରିଛି। ମହିଳାମାନେ ସୁଭଦ୍ରା ଯୋଜନାରେ ସାମିଲ ହେବା ପାଇଁ ଚଳଚଞ୍ଚଳ ହୋଇପଡ଼ିଛନ୍ତି। ଇତି ମଧ୍ୟରେ ବୁଧବାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୁଭଦ୍ରା କଲ୍ ସେଣ୍ଟର ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ଏକ ବଡ଼ ଘୋଷଣା କରିଛନ୍ତି ଉପମୁଖ୍ୟମନ୍ତ୍ରୀ। ସେ କହିଛନ୍ତି, ସୁଭଦ୍ରା ଯୋଜନା ପାଇଁ ଆବେଦନର ଶେଷ ତାରିଖ ନାହିଁ। କିସ୍ତି ମିଳିବା ପରେ ଆବେଦନ କରିଥିଲେ ମଧ୍ୟ ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ପ୍ରଥମ କିସ୍ତି। ୧୭ ତାରିଖ ପରେ ପଞ୍ଜିକରଣ କଲେ ମଧ୍ୟ ହିତାଧିକାରୀମାନେ ଟଙ୍କା ପାଇପାରିବେ। ସୁଭଦ୍ରା ଫର୍ମ ଦାଖଲ କରିବାର କୌଣସି ଶେଷ ତାରିଖ ନାହିଁ।

ସୂଚନାଯୋଗ୍ୟ, ଆସନ୍ତା ୧୭ ତାରିଖରେ ମିଳିବ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି। ଅପରପକ୍ଷେ, ଆବେଦନ ପାଇଁ ଆଧାରକାର୍ଡ ଓ ବ୍ୟାଙ୍କ ପାସ୍‌ବୁକ୍‌ରେ ଥିବା ତ୍ରୁଟିକୁ ସଂଶୋଧନ କରିବାକୁ ମୋ ସେବା କେନ୍ଦ୍ର, ଡାକଘର, ଅନ୍‌ଲାଇନ୍‌ ସେଣ୍ଟର ଓ ବ୍ୟାଙ୍କରେ ମହିଳାମାନଙ୍କର ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଛି।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories