www.samajalive.in
Sunday, December 7, 2025
26.1 C
Bhubaneswar

ଷୋହଳ ବଖରୀ କଟାର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟୀକରଣ କାର୍ଯ୍ୟ ପରିଦର୍ଶନ କଲେ ଦେବଗଡ଼ ବିଧାୟକ

ଦେବଗଡ଼: ଦେବଗଡ଼ ପୂର୍ତ୍ତ ବିଭାଗ ଦ୍ୱାରା ୨କୋଟି ୫୦ଲକ୍ଷ ଟଙ୍କା ବ୍ୟୟରେ ଦେବଗଡ଼ ସହର ମଧ୍ୟରେ ଥିବା ଷୋହଳ ବଖରୀ କଟା(ପୁଷ୍କରିଣୀ)ର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟୀକରଣ କାର୍ଯ୍ୟ ଆଗେଇ ଚାଲିଛି। ଗୁରୁବାର ଦେବଗଡ଼ ବିଧାୟକ ସୁବାସ ଚନ୍ଦ୍ର ପାଣିଗ୍ରାହୀ ଏହାକୁ ପରିଦର୍ଶନ କରିଛନ୍ତି। ବିଧାୟକ ଶ୍ରୀ ପାଣିଗ୍ରାହୀ ଆଜି ଅପରାହ୍ନରେ ନିର୍ମାଣ ସ୍ଥଳରେ ପହଞ୍ଚି ନିର୍ମାଣ କାର୍ଯ୍ୟ ସମ୍ପର୍କରେ ନିର୍ମାଣ ଦାୟିତ୍ୱରେ ଥିବା କଣ୍ଟ୍ରାକ୍ଟରମାନଙ୍କ ସହ ଆଲୋଚନା କରିଥିଲେ। ସେହିପରି ଏହି ପୁଷ୍କରିଣୀର ପୁନରୁଦ୍ଧାର ଓ ସୌନ୍ଦର୍ଯ୍ୟୀକରଣ ହେଲେ ସେଠାରେ ଅଧିକ ଜଳ ଗଚ୍ଛିତ ହେବାସହ ଦେବଗଡ଼ ସହରର ଭୂତଳ ଜଳସ୍ତର ବୃଦ୍ଧି ପାଇବ। ସେହିପରି ସହରର ସୌନ୍ଦର୍ଯ୍ୟ ମଧ୍ୟ ବୃଦ୍ଧି ପାଇବ ବୋଲି ସେ ଗଣମାଧ୍ୟମ ସମ୍ମୁଖରେ ପ୍ରକାଶ କରିଛନ୍ତି।

Hot this week

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

Related Articles

Popular Categories