www.samajalive.in
Monday, December 8, 2025
24.1 C
Bhubaneswar

୫ ଟ୍ରିଲିୟନ ଡଲାର ଅର୍ଥବ୍ୟବସ୍ଥା ଉପରେ ପ୍ରଶ୍ନ ଉଠାଇଲେ ବିଜେପି ନେତା

ନୂଆଦିଲ୍ଲୀ: ଦେଶକୁ ୫ ଟ୍ରିଲିୟନ ଡଲାର ଅର୍ଥବ୍ୟବସ୍ଥାରେ ପରିଣତ କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସରକାର ଲକ୍ଷ୍ୟ ରଖିଛି। କିନ୍ତୁ ବର୍ତ୍ତମାନ ଦେଖାଦେଇଥିବା ମାନ୍ଦାବସ୍ଥା ଏହି ଲକ୍ଷ୍ୟ ସାଧନ ଦିଗରେ ବାଧକ ସାଜିବ ବୋଲି ଅର୍ଥନୀତିଜ୍ଞମାନେ ଆଶଙ୍କା କରିସାରିଲେଣି। କେବଳ ଅର୍ଥନୀତିଜ୍ଞ ନୁହନ୍ତି, ମୋଦୀଙ୍କ ଦଳର ନେତା ବି ଏହା ଉପରେ ଏବେଠୁ ପ୍ରଶ୍ନ ଉଠାଇଲେଣି। ବିଜେପିର ବରିଷ୍ଠ ନେତା ସୁବ୍ରମଣ୍ୟମ ସ୍ବାମୀ ଦେଶର ଆର୍ଥିକ ନୀତି ଉପରେ ପ୍ରଶ୍ନ ଉଠାଇବା ସହିତ ନୂଆ ଆର୍ଥିକ ନୀତି ନ ଆସିଲେ ୫ ଟ୍ରିଲିୟନ ଡଲାର ଅର୍ଥନୀତି ଲକ୍ଷ୍ୟ ହାସଲ କରିବା ସମ୍ଭବ ନୁହେଁ ବୋଲି କହିଛନ୍ତି। କେବଳ ସାହସ କିମ୍ବା ଜ୍ଞାନ ଅର୍ଥବ୍ୟବସ୍ଥାକୁ ରକ୍ଷା କରିପାରିବ ନାହିଁ। ଏଥିପାଇଁ ଉଭୟର ଆବଶ୍ୟକତା ରହିଛି। କିନ୍ତୁ ଆଜି ଆମ ନିକଟରେ ଦୁଇଟି ମଧ୍ୟରୁ କେଉଁ ଗୋଟିଏ ବି ନାହିଁ ବୋଲି ସ୍ବାମୀ କହିଛନ୍ତି।

Hot this week

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

ପିଆଜ ଚୋପାର ଚମତ୍କାରୀ ଗୁଣ …

ନୂଆଦିଲ୍ଲୀ : ଆଜିକାଲି ସମୟରେ ସମସ୍ତେ ନିଜର ତ୍ଵଚାକୁ ନେଇ ଖୁବ୍...

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

Related Articles

Popular Categories