ସୁବର୍ଣ୍ଣପୁର : ସୁବର୍ଣ୍ଣପୁର ଜିଲା ବିନିକାରେ ଶୁକ୍ରବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି। ଫୁଲ ତୋଳିବାକୁ ଯାଇ ପୋଖରୀକୁ ଗୋଡ଼ ଖସିଯିବାରୁ ଜଣେ ଯୁବତୀଙ୍କ ମୃତ୍ୟୁ ହୋଇଛି। ପ୍ରାୟ ସକାଳ ୬ଟା ସମୟରେ ଉକ୍ତ ଯୁବତୀ ଜଣଙ୍କ ଫୁଲ ତୋଳିବାକୁ ଯାଇଥିଲେ। ମାତ୍ର କୌଣସି କାରଣବଶତଃ ତାଙ୍କ ଗୋଡ଼ ଖସିଯିବାରୁ ସେ ପୋଖରୀରେ ବୁଡ଼ି ଯାଇଥିଲେ। ସେଠାରେ ଉପସ୍ଥିତ ଥିବା ଲୋକେ ତାଙ୍କୁ ଖୋଜାଖୋଜି କରିବା ପରେ ମଧ୍ୟ ତାଙ୍କର କୌଣସି ପତ୍ତା ମିଳିନଥିଲା। ଖବର ପାଇ ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଯୁବତୀଙ୍କ ମୃତଦେହ ପୋଖାରୀରୁ ଉଦ୍ଧାର କରିଥିଲେ। ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।
Popular Categories



