www.samajalive.in
Friday, December 5, 2025
26.1 C
Bhubaneswar

୧୫,୩୯,୬୧୮ ପଞ୍ଜୀକୃତ ନିର୍ମାଣ ଶ୍ରମିକଙ୍କୁ ୨୩୧କୋଟି ଟଙ୍କା ପ୍ରଦାନ

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଘୋଷଣା ଅନୁସାରେ କୋଭିଡ୍‌-୧୯ ଲକ୍‌ ଡାଉନ୍‌ ସମୟରେ ରାଜ୍ୟର ୧୫,୩୯,୬୧୮ ଜଣ ପଞ୍ଜୀକୃତ ନିର୍ମାଣ ଶ୍ରମିକଙ୍କୁ ୧୫୦୦ ଟଙ୍କା ଲେଖାଏଁ ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। ବର୍ତ୍ତମାନ ସୁଦ୍ଧା ପଞ୍ଜୀକୃତ ନିର୍ମାଣ ଶ୍ରମିକମାନଙ୍କୁ ୨୩୧ କୋଟି ଟଙ୍କା ପ୍ରଦାନ କରାଯାଇଛି। ସେହିପରି ଓଡ଼ିଶାର ବିଭିନ୍ନ ସ୍ଥାନରେ ଅଟକି ରହିଥିବା ବାହାର ରାଜ୍ୟର ପ୍ରାୟ ୮୭,୦୦୦ ଅତିଥି ଶ୍ରମଜୀବୀଙ୍କୁ ୨୬୧୦ଟି ଶିବିର ଜରିଆରେ ଖାଇବା ଓ ରହିବା ସୁବିଧା ସହିତ ଆବଶ୍ୟକ ସ୍ୱାସ୍ଥ୍ୟସେବା ଯୋଗାଇ ଦିଆଯାଇଛି । ଏହିସବୁ ଅତିଥି ଶ୍ରମଜୀବୀମାନେ ଦେଶର ଅନ୍ୟାନ୍ୟ ରାଜ୍ୟରୁ ଆସି ଓଡ଼ିଶାର ବିଭିନ୍ନ ସ୍ଥାନରେ ରହିଛନ୍ତି। ଅଭିଯୋଗ ଗ୍ରହଣ ପାଇଁ ଶ୍ରମଜୀବୀ ସହାୟତା କଲ୍‌ ସେଣ୍ଟର ଟୋଲ୍‌ ଫ୍ରି ନଂ-୧୮୦୦୩୪୫୬୭୦୩ ଜାରି କରାଯାଇଛି। ଆଜି ରାଜ୍ୟର ୫୪୯୦ ଗ୍ରାମ ପଞ୍ଚାୟତରେ ୩,୪୮,୬୬୮ ଜଣ ନିରାଶ୍ରୟ ଓ ଅସହାୟ ଲୋକଙ୍କୁ ରନ୍ଧାଖାଦ୍ୟ ଯୋଗାଇ ଦିଆଯାଇଛି। ସେହିପରି ୧୧୩ ଟି ପୌରାଞ୍ଚଳରେ ୪୬,୧୨୭ ଜଣଙ୍କୁ ରନ୍ଧାଖାଦ୍ୟ ଦିଆଯାଇଛି ବୋଲି ରାଜ୍ୟ ସରକାରଙ୍କ ମୁଖପାତ୍ର ସୁବ୍ରତ ବାଗ୍‌ଚୀ ସୂଚନା ​ଦେଇଛନ୍ତି।

Hot this week

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

Related Articles

Popular Categories