www.samajalive.in
Sunday, December 7, 2025
14.1 C
Bhubaneswar

କରୋନା ଭୂତାଣୁ ସଂକ୍ରମଣମୁକ୍ତ ପାଇଁ ସତର୍କ ରହିବା, ପରିବାରକୁ ସୁରକ୍ଷିତ ରଖିବା

ଭୁବନେଶ୍ବର : ପଶ୍ଚିମ ବଙ୍ଗରୁ ଯାଜପୁର ଜିଲ୍ଲାର କଟିକଟା ଅଞ୍ଚଳକୁ ଫେରିଥିବା ୬ ଜଣ କୋଭିଡ୍‌ ପଜିଟିଭ୍‌ ଚିହ୍ନଟ ହୋଇଥିଲେ। ଏହାକୁ ଦୃଷ୍ଟିରେ ରଖି କଟିକଟାକୁ କଣ୍ଟେନ୍‌ମେଣ୍ଟ ଜୋନ୍‌ (ସଂକ୍ରମଣ ପ୍ରତିରୋଧ ଅଞ୍ଚଳ) ଭାବେ ଘୋଷଣା କରାଯାଇଥିଲା। ଏହି କଣ୍ଟେନ୍‌ମେଣ୍ଟ ଜୋନ୍‌ରେ ବର୍ତ୍ତମାନ ସୁଦ୍ଧା ୨୦୦ ନମୁନା ସଂଗ୍ରହ କରି ପରୀକ୍ଷା କରାଯାଉଛି ଏବଂ ଅନ୍ୟମାନଙ୍କର ନମୁନା ସଂଗ୍ରହ ଜାରି ରହିଛି। ଏହିି କଣ୍ଟେନ୍‌ମେଣ୍ଟ ଜୋନ୍‌ରେ ଆଜି ୧୪ଟି ନମୁନା ପଜିଟିଭ୍‌ ଚିହ୍ନଟ ହୋଇଛି। ଏମାନେ ସମସ୍ତେ ଗୋଟିଏ ନିର୍ଦ୍ଦିଷ୍ଟ କଣ୍ଟେନ୍‌ମେଣ୍ଟ ଜୋନ୍‌ର ହୋଇଥିବାରୁ ଜନସାଧାରଣ ଭୟଭୀତ ହେବାର କୌଣସି କାରଣ ନାହିଁ। କିନ୍ତୁ ସଂକ୍ରମଣ ପ୍ରତିରୋଧ ନିମନ୍ତେ ସରକାରଙ୍କ ସମସ୍ତ ନିୟମକୁ ପାଳନ କରିବା ସହ ବାହାର ରାଜ୍ୟରୁ ଓଡ଼ିଶାକୁ ଫେରୁଥିବା ଭାଇଭଉଣୀମାନେ ସେମାନଙ୍କ ପାଇଁ ଉଦ୍ଦିଷ୍ଟ କ୍ୱାରାଣ୍ଟାଇନ୍‌ ନିୟମକୁ କଡ଼ାକଡ଼ି ଭାବରେ ଅନୁପାଳନ କରିବାକୁ ସରକାରଙ୍କ ପକ୍ଷରୁ ନିବେଦନ କରାଯାଇଛି। ଏହା ପାଳନ କଲେ ଆମେ ନିଜକୁ, ନିଜ ପରିବାର ଓ ଅଞ୍ଚଳକୁ ସଂକ୍ରମଣମୁକ୍ତ ରଖିପାରିବା। ଯେହେତୁ ଲକ୍‌ ଡାଉନ୍‌ କୋହଳ ହେବା ପରେ ବହୁସଂଖ୍ୟାରେ ଭାଇଭଉଣୀମାନେ ଓଡ଼ିଶା ଫେରିବେ, ସେଥିପାଇଁ ଜନସାଧାରଣ ଅଧିକ ସତର୍କ ରହିବାର ଆବଶ୍ୟକତା ରହିଛି ବୋଲି ରାଜ୍ୟ ସରକାରଙ୍କ ମୁଖ୍ୟ ମୁଖପାତ୍ର ସୁବ୍ରତ ବାଗ୍‌ଚୀ ସୂଚନା ଦେଇଛନ୍ତି।

Hot this week

କ୍ରିକେଟ୍‌ପ୍ରେମୀଙ୍କ ପାଇଁ ସ୍ୱତନ୍ତ୍ର ‘ଆମ ବସ୍’ ସେବା

ଭୁବନେଶ୍ବର: କଟକର ବାରବାଟୀ ଷ୍ଟାଡିୟମରେ ଚଳିତ ମାସ ୯ରେ ହେବାକୁ ଥିବା...

ଜାନୁଆରୀ ୨୦ରେ ଓଏସ୍‌ଏସ୍‌ଟିଇଟି

କଟକ: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ...

ସୁନା ଲିଜ୍‌ ବା ଭଡା ଦେଇ ରୋଜଗାର

ନୂଆଦିଲ୍ଲୀ - ଅନେକ ଲୋକ ଗୋଲ୍ଡ ବଣ୍ଡ ସହ ସୁନାରେ ଟଙ୍କା...

‘ବାବୁଜୀ ଥିଲେ ଉତ୍କଳମଣିଙ୍କ ଐତିହ୍ୟର ଅନିର୍ବାଣ ଶିଖା’

କଟକ:‘ସମାଜ’ ହେଉଛି ଖବରକାଗଜର ପ୍ରତିନାମ। ‘ସମାଜ’ର ଏପରି ସୁନାମ ପଛରେ ପଣ୍ଡିତ...

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

Related Articles

Popular Categories