www.samajalive.in
Saturday, December 6, 2025
17.1 C
Bhubaneswar

ପୂର୍ବତନ ମନ୍ତ୍ରୀ ସହରାଇ ଓରାମ୍‌ଙ୍କ ବିୟୋଗରେ ମନ୍ତ୍ରୀ ସୁଦାମ ମାର୍ଣ୍ଡିଙ୍କ ଶୋକ

ଭୁବନେଶ୍ବର: ପୂର୍ବତନ ମନ୍ତ୍ରୀ ସହରାଇ ଓରାମ୍‌ଙ୍କ ବିୟୋଗରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁଦାମ ମାର୍ଣ୍ଡି ଗଭୀର ଶୋକ ପ୍ରକାଶ କରିଛନ୍ତି। ଏକ ଶୋକ ବାର୍ତ୍ତାରେ ମନ୍ତ୍ରୀ ଶ୍ରୀ ମାର୍ଣ୍ଡି କହିଛନ୍ତି ଯେ ସ୍ବର୍ଗତ ସହରାଇ ବାବୁ ବିଜୁବାବୁଙ୍କର ଜଣେ ଘନିଷ୍ଠ ସହଯୋଗୀ ଥିଲେ। ଚମ୍ପୁଆରୁ ବିଧାୟକ ଭାବେ ୫ଥର ନିର୍ବାଚିତ ହୋଇ ସେ ନିଜ ଲୋକପ୍ରିୟତାର ପରିଚୟ ଦେଇଥିଲେ। ସ୍ଥାନୀୟ ଅଞ୍ଚଳର ବିକାଶରେ ତାଙ୍କର ଅବଦାନ ଅତୁଳନୀୟ। ଏଥିସହ ମନ୍ତ୍ରୀ ଭାବେ ମଧ୍ୟ ସେ ନିଜ ଦକ୍ଷତା ଓ ନିଷ୍ଠାର ପରିଚୟ ପ୍ରଦାନ କରିଯାଇଛନ୍ତି। ତାଙ୍କ ବିୟୋଗରେ ରାଜ୍ୟ ରାଜନୀତିରେ ଏକ ଅପୂରଣୀୟ ଶୂନ୍ୟସ୍ଥାନ ସୃଷ୍ଟି ହୋଇଛି। ମନ୍ତ୍ରୀ ଶ୍ରୀ ମାର୍ଣ୍ଡି ସ୍ବର୍ଗତ ସହରାଇବାବୁଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରିବା ସହ ତାଙ୍କ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜ୍ଞାପନ କରିଛନ୍ତି।

Hot this week

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

Related Articles

Popular Categories