www.samajalive.in
Saturday, December 6, 2025
15.1 C
Bhubaneswar

ବାଲୁକା କଳାରେ ଲାଲକୃଷ୍ଣ ଆଡଭାନୀଙ୍କୁ ଶୁଭେଚ୍ଛା ଜଣାଇଲେ ସୁଦର୍ଶନ ପଟ୍ଟନାୟକ

ପୁରୀ: ରାଷ୍ଟ୍ରପତି ଭବନରେ ଭାରତରତ୍ନ ପ୍ରଦାନ ସମାରୋହ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।  ପୂର୍ବତନ ପ୍ରଧାନମନ୍ତ୍ରୀ ପିଭି ନରସିଂହ ରାଓ, ଚୌଧୁରୀ ଚରଣ ସିଂ, ବିଶିଷ୍ଟ କୃଷି ବୈଜ୍ଞାନିକ ଏମଏସ ସ୍ୱାମୀନାଥନ ଏବଂ କର୍ପୂରୀ ଠାକୁରଙ୍କୁ ମରଣୋତର ଭାବେ ଭାରତରତ୍ନ ପ୍ରଦାନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ପୂର୍ବତନ ଉପ ପ୍ରଧାନମନ୍ତ୍ରୀ ଲାଲକୃଷ୍ଣ ଆଡଭାନୀଙ୍କୁ ଭାରତ ର ସର୍ବୋଚ୍ଚ ବେସାମରିକ ସମ୍ମାନ ଭାରତ ରତ୍ନ ଉପାଧି ରେ ଭୂଷିତ କରାଯିବ ।  ଅସୁସ୍ଥତା କାରଣରୁ ସେ ଶନିବାର ଅନୁପସ୍ଥିତ ରହିଥିଲେ । ରବିବାର ଦ୍ରୌପଦୀ ମୁର୍ମୁ ତାଙ୍କ ବାସଭବନକୁ ଯାଇ ଆଡ଼ଭାଣୀଙ୍କୁ ଭାରତରତ୍ନ ପ୍ରଦାନ କରିବେ ବୋଲି ରାଷ୍ଟ୍ରପତି ଭବନ ପକ୍ଷରୁ ସୂଚନା ଦିଆଯାଇଛି । ଏହି ଅବସରରେ ବାଲୁକା ଚିତ୍ର ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ପୁରୀ ନୀଳାଦ୍ରି ବିଚ୍ ରେ ଏକ ସୁନ୍ଦର ବାଲୁକା ଚିତ୍ରକଳା କରି ପୁର୍ବତନ ଉପ ପ୍ରଧାନମନ୍ତ୍ରୀ ଲାଲକୃଷ୍ଣ ଆଡଭାନୀ ଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

 

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories