www.samajalive.in
Sunday, December 7, 2025
26.1 C
Bhubaneswar

୬ ମାସ ଛୁଟିରେ ଗଲେ ସୁଜାତା କାର୍ତ୍ତିକେୟନ

ଭୁବନେଶ୍ବର:୫ଟି ଅଧ୍ୟକ୍ଷ ଭିକେ ପାଣ୍ଡିଆନଙ୍କ ପତ୍ନୀ ତଥା ରାଜ୍ୟ ଅର୍ଥ ସଚିବ ସୁଜାତା ରାଉତ କାର୍ତ୍ତିକେୟନ ୬ ମାସ ପାଇଁ ଛୁଟିରେ ଯାଇଛନ୍ତି। ନଭେମ୍ବର ୨୬ ତାରିଖ ପର୍ଯ୍ୟନ୍ତ ସୁଜାତା କାର୍ତ୍ତିକେୟନ ଛୁଟିରେ ଯାଇଛନ୍ତି। ଝିଅର ଦଶମ ପରୀକ୍ଷା ପ୍ରସ୍ତୁତି ପାଇଁ ଛୁଟିରେ ରହି ଥିବା ଜଣାପଡ଼ିଛି। ନିର୍ବାଚନବେଳେ  ବିଜେଡିର ଏଜେଣ୍ଟ ଭଳି ସୁଜାତା କାର୍ତ୍ତିକେୟନ କାମ କରିଥିବା ଅଭିଯୋଗ ହୋଇଥିଲା। ବିଜେପିର ଅଭିଯୋଗ ପରେ ସୁଜାତାଙ୍କୁ ମିଶନ ଶକ୍ତି ବିଭାଗରୁ ହଟାଇ ଦିଆଯାଇଥିଲା। ଏହା ପରେ ବି ସେ ବିଜେଡି ପାଇଁ କାମ କରୁଥିଲେ। ଏହି ଅଭିଯୋଗ ଆଣି ନିଲମ୍ବନ କରିବାକୁ ବିଜେପି ଦାବି କରିଥିଲା। ଏ ସଂକ୍ରାନ୍ତରେ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ନିର୍ଦେଶ ନାମା ପ୍ରକାଶ ପାଇଛି। ଏହି ନିର୍ଦେଶନାମାରେ ଉଲ୍ଲେଖ କରାଯାଇଛି ଯେ ଅର୍ଥ ବିଭାଗର ସ୍ୱତନ୍ତ୍ର ସଚିବ ସୁଜାତ କାର୍ତ୍ତିକେୟନ ମେ’ ୩୧ତାରିଖରୁ ନଭେମ୍ବର ୨୬ତାରିଖ ପର୍ଯ୍ୟନ୍ତ ଛୁଟିରେ ଯାଇଛନ୍ତି । ତାଙ୍କ ଝିଅ ଦଶମ ପରୀକ୍ଷା ଦେବାକୁ ଥିବାରୁ ତା’ର ଯତ୍ନ ନେବା ପାଇଁ ସୁଜାତା ଛୁଟି ନେଇଥିବା ଦର୍ଶାଇଛନ୍ତି । ସର୍ବଭାରତୀୟ ପ୍ରଶାସନିକ ସେବା ରୁଲସ୍‌-୧୯୫୫ର ରୁଲ (୧୮-ଘ)ରେ ଥିବା ପ୍ରାବଧାନ ଅନୁସାରେ ସୁଜାତାଙ୍କୁ ଏହି ଛୁଟି ମଞ୍ଜୁର ହୋଇଥିବା ସାଧାରଣ ପ୍ରଶାସନ ବିଭାଗ ଦର୍ଶାଇଛି । ସୁଜାତାଙ୍କର ପିଲାର ଯତ୍ନ ପାଇଁ ନେଇଥିବା ଅବଧିର ଛୁଟିକୁ ସାଧାରଣ ଛୁଟିରୁ ବାଦ୍ ଦିଆଯିବ ନାହିଁ । ପିଲାର ଯତ୍ନ ପାଇଁ ନେଇଥିବା ଛୁଟିକୁ ସବୈତନିକ ଛୁଟି ଭାବେ ବିବେଚନା କରାଯିବ ଓ ଛୁଟି ସରିବା ପରେ ଉକ୍ତ ଦରମା ପାଇବାକୁ ସେ ହକଦାର ହେବେ ବୋଲି ନିର୍ଦେଶରେ ଉଲ୍ଲେଖ ରହିଛି ।

ଭାରତୀୟ ନିର୍ବାଚନ ଆୟୋଗ(ଇସିଆଇ) ପକ୍ଷରୁ ମିଶନ ଶକ୍ତି ସଚିବ ସୁଜାତା ଆର କାର୍ତ୍ତିକେୟନଙ୍କୁ ବଦଳି ନିର୍ଦେଶ ଦିଆଯାଇଥିଲା। ଭାରତୀୟ ଜନତା ପାର୍ଟି(ବିଜେପି)ର ଅଭିଯୋଗ ପରେ ତାଙ୍କୁ ବଦଳି ନିର୍ଦେଶ ଦିଆଯାଇଥିଲା। ଓଡ଼ିଶା ସରକାରଙ୍କ ମିଶନ ଶକ୍ତି ବିଭାଗର କମିଶନର ତଥା ସଚିବ ପଦରୁ ସୁଜାତା ରାଉତ କାର୍ତ୍ତିକେୟନଙ୍କୁ ଅର୍ଥ ବିଭାଗର ସ୍ବତନ୍ତ୍ର ସଚିବ ଭାବେ ବଦଳି କରାଯାଇଥିଲା। ଏହାସହିତ ଅତିରିକ୍ତ ଦାୟିତ୍ବରେ ଥିବା ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର କମିଶନର ତଥା ସଚିବ ପଦରୁ ହଟାଇ ଦିଆଯାଇଥିଲା।

- Advertisement -

ସୁଜାତାଙ୍କ ସ୍ଥାନରେ ଶାଲିନୀ ପଣ୍ଡିତଙ୍କୁ ମିଶନ ଶକ୍ତି ବିଭାଗର କମିଶନର ତଥା ସଚିବ ଭାବେ ଅବସ୍ଥାପିତ କରାଯାଇଥିଲା। ମିଶନ ଶକ୍ତି ବିଭାଗର କମିଶନର ତଥା ସଚିବ ସହ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର କମିଶନର ତଥା ସଚିବ ଭାବେ ଅତିରିକ୍ତ ଦାୟିତ୍ବ ପ୍ରଦାନ କରାଯାଇଥିଲା।। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ କମିଶନର ତଥା ସଚିବ ଶାଲିନୀ ପଣ୍ଡିତଙ୍କୁ ଉପରୋକ୍ତ ଅତିରିକ୍ତ ଦାୟିତ୍ବ ତୁଲାଇବା ପାଇଁ ସରକାର ଅନୁମତି ଦିଆଯାଇଥିଲା। ଏ ସଂକ୍ରାନ୍ତରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଥିଲା।

Hot this week

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

Related Articles

Popular Categories