www.samajalive.in
Sunday, December 14, 2025
19.1 C
Bhubaneswar

ବିଜେପିରେ ସାମିଲ ହେଲେ ସୁଜିତ କୁମାର

ଭୁବନେଶ୍ଵର: ବିଜେପିରେ ସାମିଲ ହେଲେ ସୁଜିତ କୁମାର। ଶୁକ୍ରବାର ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେବାର କିଛି ସମୟ ପରେ ସେ ବିଜେପିରେ ଯୋଗ ଦେଇଛନ୍ତି। ନୂଆଦିଲ୍ଲୀସ୍ଥିତ ବିଜେପି ମୁଖ୍ୟାଳୟରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ସାଂସଦ ଭର୍ତ୍ତୃହରି ମହତାବ, ବିଜେପି ରାଜ୍ୟ ପ୍ରଭାରୀ ବିଜୟପାଲ୍‌ ସିଂହ ତୋମରଙ୍କ ଉପସ୍ଥିତିରେ ବିଧିବଦ୍ଧ ଭାବେ ସେ ଦଳରେ ମିଶିଛନ୍ତି।

ହିସାରରୁ ନିର୍ବାଚନ ଲଢ଼ିବେ ଭାରତର ଧନୀ ମହିଳା

- Advertisement -

ସୂଚନାଯୋଗ୍ୟ, ଆଜି ରାଜ୍ୟସଭା ସାଂସଦ ପଦରୁ ଇସ୍ତଫା ଦେଇଥିଲେ ସୁଜିତ କୁମାର। ୨୦୨୦ରେ ବିଜେଡି ପକ୍ଷରୁ ରାଜ୍ୟସଭାକୁ ଯାଇଥିବା ସୁଜିତ କୁମାର ଶୁକ୍ରବାର ନିଜ ଇସ୍ତଫା ପତ୍ର ରାଜ୍ୟସଭା ଅଧ୍ୟକ୍ଷଙ୍କ ନିକଟକୁ ପଠାଇଥିଲେ। ୨୦୨୬ରେ ତାଙ୍କ କାର୍ଯ୍ୟକାଳ ସରିବାକୁ ଥିବାବେଳେ ୨ ବର୍ଷ ପୂର୍ବରୁ ସେ ଇସ୍ତଫା ଦେଇଛନ୍ତି। ଅପରପକ୍ଷେ, ସୁଜିତ କୁମାରଙ୍କୁ ଆଜି ଦଳରୁ ବହିଷ୍କାର କରିଛି ବିଜେଡି। ଦଳର ସଭାପତି ନବୀନ ପଟ୍ଟନାୟକ ତାଙ୍କୁ ଦଳରୁ ବହିଷ୍କାର କରିଛନ୍ତି। ଦଳ ବିରୋଧୀ କାର୍ଯ୍ୟ ପାଇଁ ତାଙ୍କୁ ବିଜେଡିରୁ ବହିଷ୍କାର କରାଯାଇଥିବା ସୂଚନା ମିଳିଛି।

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories