www.samajalive.in
Monday, December 8, 2025
27.1 C
Bhubaneswar

ବିଜେପିରୁ ପ୍ରାର୍ଥୀପତ୍ର ଦାଖଲ କଲେ ସୁଜିତ କୁମାର

ସମାଜ ଡିଜିଟାଲ ଡେସ୍କ: ରାଜ୍ୟସଭା ଉପନିର୍ବାଚନ ପାଇଁ ବିଜେପି ପ୍ରାର୍ଥୀ ଭାବେ ସୋମବାର ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି ସୁଜିତ କୁମାର। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ, ୩୦ଜଣ ବିଧାୟକ ଓ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ସେ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ଏହା ପୂର୍ବରୁ ବିଜେପି ସଂସଦୀୟ ବୋର୍ଡ କମିଟି ରାଜ୍ୟସଭା ଉପନିର୍ବାଚନ ପାଇଁ ଦଳୀୟ ପ୍ରାର୍ଥୀ ଭାବେ ଆଜି ସୁଜିତ କୁମାରଙ୍କ ନାଁରେ ମୋହର ମାରିଥିଲା।

ସୂଚନାଯୋଗ୍ୟ, ସୁଜିତଙ୍କର କାର୍ଯ୍ୟକାଳ ୨୦୨୬ ମସିହା ଏପ୍ରିଲ ୨ ତାରିଖରେ ଶେଷ ହେବାକୁ ଥିବାବେଳେ ସେ ଗତ ସେ‌ପ୍ଟେମ୍ବର ୬ ତାରିଖରେ ରାଜ୍ୟସଭା ସାଂସଦ ପଦ ତଥା ବିଜେଡିରୁ ଇସ୍ତଫା ଦେଇଥିଲେ। ଏହାପରେ ସେ ବିଜେପିରେ ଯୋଗ ଦେଇଥିଲେ। ପୂର୍ବରୁ ମମତା ମହନ୍ତ ମଧ୍ୟ ବିଜେଡି ଛାଡି ବିଜେପି ଆସିବା ପରେ ଦଳ ତାଙ୍କୁ ପୁଣି ରାଜ୍ୟସଭା ପଠାଇଥିଲା। ସେହି ସମାନ ପନ୍ଥା ଆପଣାଇ ସୁଜିତଙ୍କୁ ପୁଣି ବିଜେପି ରାଜ୍ୟସଭାକୁ ପଠାଉଛି। ତେବେ ମଙ୍ଗଳବାର ପ୍ରାର୍ଥୀପତ୍ର ଦାଖଲର ଶେଷ ଦିନ ହୋଇଥିବାବେଳେ ୨୦ ତାରିଖରେ ରାଜ୍ୟସଭା ଉପନିର୍ବାଚନ ଅନୁଷ୍ଠିତ ହେବା ନେଇ ସୂଚନା ରହିଛି।

Hot this week

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

କଲେଜ ଭିତରେ ଛାତ୍ରଙ୍କୁ ଛୁରାମାଡ

ବାରିପଦା : ବାରିପଦାରେ ଅଭାବନୀୟ ଘଟଣା ଘଟିଛି। ବାଇଗଡବାହିଆ ସ୍ଥିତ ବିବି...

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

Related Articles

Popular Categories