www.samajalive.in
Sunday, December 7, 2025
14.1 C
Bhubaneswar

ପୁନରୁଦ୍ଧାର ହେବ ଶୁକ-ପାଇକା

ଭୁବନେଶ୍ୱର : ଜଳସେଚନ ଏବଂ ପ୍ରାକୃତିକ ଜୈବ-ପରିବେଶ ବିକାଶ କ୍ଷେତ୍ରରେ ଅନ୍ୟ ଏକ ପଦକ୍ଷେପ ଭାବେ କଟକ ଜିଲା ଅନ୍ତର୍ଗତ ମହାନଦୀ ଅବବାହିକା ଶୁକ-ପାଇକା ନଦୀର ପୁନରୁଦ୍ଧାର କରାଯିବ। ସ୍ଥାନୀୟ ଭାବେ ମୃତ-ନଦୀ ବୋଲି ଜଣାଶୁଣା ଏହି ନଦୀ ଖୁବ ଶୀଘ୍ର ପୁଣି ଜୀବନ୍ତ ଓ ଚଳଚଞ୍ଚଳ ହୋଇ ଉଠିବ। ଇତିମଧ୍ୟରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଚ୍ଚସ୍ତରୀୟ ବୈଠକରେ ଏ ସମ୍ବନ୍ଧିତ ଏକ ପ୍ରକଳ୍ପ ଅନୁମୋଦିତ ହୋଇଛି।
ଲୋକସେବା ଭବନ ସଭାଗୃହରେ ଅନୁଷ୍ଠିତ ବୈଠକରେ ଜଳ ସମ୍ପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ଏହି ପ୍ରକଳ୍ପର ବୈଷୟିକ, ଆର୍ଥିକ ଏବଂ ପ୍ରଶାସନିକ ଦିଗ ଆଲୋଚନା ନିମନ୍ତେ ଉପସ୍ଥାପନ କରିଥିଲେ। ପ୍ରକଳ୍ପର ବିଭିନ୍ନ ଦିଗ ବିଚାର କରି ଏହି ପ୍ରାକୃତିକ ନାଳର ପୁନରୁଦ୍ଧାର ନିମନ୍ତେ ଖୁବ ଶୀଘ୍ର ଟେଣ୍ଡର ଆହ୍ୱାନ କରିବାକୁ ମୁଖ୍ୟ ଶାସନ ସଚିବ ଶ୍ରୀ ମହାପାତ୍ର ନିର୍ଦେଶ ଦେଇଛନ୍ତି। ପୁନଃବିନ୍ୟାସ ପରେ ବର୍ଷ ତମାମ ଯେପରି ନଦୀରେ ଯଥେଷ୍ଟ ପାଣି ରହିବ
ସେଥିପ୍ରତି ଦୃଷ୍ଟି ଦେବାକୁ ଜଳ ସମ୍ପଦ ବିଭାଗ ଯନ୍ତ୍ରୀଙ୍କୁ ନିର୍ଦେଶ ଦେଇଥିଲେ। ନାଳରେ ଭରାଜଳ ରହିଲେ ତାହା ପାର୍ଶ୍ୱବର୍ତ୍ତୀ ସ୍ଥାନର ମୃତ୍ତିକା ଆର୍ଦ୍ରତା ବଜାୟ ରଖିବାରେ ସହାୟକ ହେବା ସହ ଉଭୟ ପାର୍ଶ୍ୱର କୃଷି ଜମିକୁ ବର୍ଷ ତମାମ ଉତ୍ପାଦନକ୍ଷମ କରିବ ବୋଲି ଶ୍ରୀ ମହାପାତ୍ର କହିଥିଲେ। ବର୍ଷା ଓ ବନ୍ୟାଋତୁକୁ ଆଖିରେ ରଖି ପ୍ରକଳ୍ପ କାର୍ଯ୍ୟାନ୍ବୟନ ସମୟ ନିର୍ଘଣ୍ଟ ନିର୍ଦ୍ଧାରଣ କରିବା ନିମନ୍ତେ ମୁଖ୍ୟ ଶାସନ ସଚିବ ମଧ୍ୟ ନିର୍ଦେଶ ଦେଇଛନ୍ତି। ବହୁମାତ୍ରାରେ ବନ୍ୟାପାଣି ନାଳରେ ଆସି ଯେପରି ପ୍ରଭୂତ କ୍ଷତି ନଘଟାଇବ ସେହିପରି ପ୍ରକଳ୍ପ ଡ଼ିଜାଇନ୍ ବୈଷୟିକ କୌଶଳ ଏବଂ କାର୍ଯ୍ୟାନ୍ବୟନ ସମୟ ନିର୍ଘଣ୍ଟ ନିର୍ଦ୍ଧାରଣ କରାଯିବ।
ପ୍ରକଳ୍ପ ପାଇଁ ପ୍ରାୟ ୪୯.୬୭ କୋଟି ଟଙ୍କାର ଖର୍ଚ୍ଚ ଅଟକଳକୁ ବୈଠକରେ ଅନୁମୋଦନ କରାଯାଇଛି। ନଦୀର ଉଭୟ ପାର୍ଶ୍ୱରେ ଥିବା ଗ୍ରାମୀଣ ରାସ୍ତାଗୁଡିକୁ ସଂଯୋଗ କରିବା ନିମନ୍ତେ ନଦୀ ଉପରେ ୪ ଟି ପୋଲ ନିର୍ମାଣ ହେବ। ସମୁଦାୟ ପ୍ରକଳ୍ପକୁ ୧୮ ମାସ ମଧ୍ୟରେ ପୂର୍ଣ୍ଣାଙ୍ଗ କରିବା ପାଇଁ ମୁଖ୍ୟ ଶାସନ ସଚିବ ଶ୍ରୀ ମହାପାତ୍ର ନିର୍ଦେଶ ଦେଇଥିଲେ। ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଗର୍ଗ ଜଣାଇଥିଲେ ଯେ ଏହି ପ୍ରାକୃତିକ ନାଳଟି ମହାନଦୀର ଦକ୍ଷିଣ ପାର୍ଶ୍ୱସ୍ଥିତ ଆୟତପୁର ଗ୍ରାମ ପାଖରୁ ବାହାରିଛି । କଟକ ସଦର, ନିଶ୍ଚିନ୍ତକୋଇଲି ଏବଂ ରଘୁନାଥପୁର ବ୍ଲକର ପ୍ରାୟ ୨୧ଟି ପଞ୍ଚାୟତ ଦେଇ ପ୍ରାୟ ୩୦.୪୫ କିମି ଅତିକ୍ରମ କଲାପରେ ଏହା ପୁନଶ୍ଚ ତାରପୁର ନିକଟସ୍ଥ ବଙ୍କାଳଠାରେ ମହାନଦୀରେ ମିଶିଛି। ୧୯୫୦ ମସିହାରେ ତତ୍କାଳୀନ ପ୍ରଳୟଙ୍କରୀ ବନ୍ୟା ନିୟନ୍ତ୍ରଣ ଉପାୟ ଭାବେ ଏହାର ଜଳ ପ୍ରବେଶ ପାର୍ଶ୍ୱ ବନ୍ଦ କରାଯାଇଥିଲା। ଏହି ପ୍ରାକୃତିକ ନାଳଟି ପୁନରୁଦ୍ଧାର ହେଲେ ଅଧିକ ଜଳସେଚନ ସୁବିଧା ସୃଷ୍ଟି ସହ ମତ୍ସ୍ୟ ଚାଷ ଓ ଉଭୟ ପାର୍ଶ୍ୱ ଜମିରେ ଅର୍ଥକାରୀ ଫସଲ ଆଦି ଉତ୍ପାଦନ ହୋଇପାରିବ। ପ୍ରାକୃତିକ ଜୈବ ପରିବେଶ ମଧ୍ୟ ପୁନଃଜୀବିତ ହେବ।
ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବ ବିଶାଳ କୁମାର ଦେବ, କଟକ ଜିଲାପାଳ ଭବାନୀ ଶଙ୍କର ଚଇନୀ, ଜଳ ସମ୍ପଦ ବିଭାଗ ପ୍ରଧାନ ମୁଖ୍ୟ ଯନ୍ତ୍ରୀ ଭକ୍ତ ରଞ୍ଜନ ମହାନ୍ତିଙ୍କ ସମେତ ସଂପୃକ୍ତ ବିଭାଗର ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories