www.samajalive.in
Friday, December 12, 2025
19.1 C
Bhubaneswar

କରୋନାକୁ ପରାସ୍ତ କଲେ ୯୭ ବର୍ଷୀୟ ବୟୋଜ୍ୟେଷ୍ଠ ସମ୍ କୋଭିଡ୍ ହସ୍ପିଟାଲ୍‌ରୁ ସୁସ୍ଥ ହୋଇ ଫେରିଲେ ଘରକୁ

ଭୁବନେଶ୍ୱର : କରୋନାକୁ ପରାସ୍ତ କରୁଛନ୍ତି ବୟୋଜ୍ୟେଷ୍ଠ ଏବଂ ହାର ମାନୁଛି କରୋନା। ଉପଯୁକ୍ତ ଚିକିତ୍ସା ଓ ଯତ୍ନ ମିଳିଲେ ପରିଣତ ବୟସରେ ପହଞ୍ଚିଥିବା ବ୍ୟକ୍ତିମାନେ ଯେ କରୋନାରୁ ସୁସ୍ଥ ହୋଇପାରିବେ ଏକଥା ପୁଣି ଥରେ ପ୍ରମାଣିତ ହୋଇଛି ସମ୍ କୋଭିଡ ହସ୍ପିଟାଲ୍‌ରେ। ସମ୍ କୋଭିଡ୍ ହସ୍ପିଟାଲ୍‌ରୁ କୋଭିଡ୍‌ରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ୯୭ ବର୍ଷୀୟ ବୃଦ୍ଧ ନଟବର ଦାଶ।
କଟକ ଜିଲ୍ଲା କିଶୋର ନଗର ଅଞ୍ଚଳର ୯୭ ବର୍ଷୀୟ ନଟବର ଦାଶ କୋଭିଡ ପଜିଟିଭ ଚିହ୍ନଟ ହେବା ପରେ ସମ୍ କୋଭିଡ ହସ୍ପିଟାଲ୍‌ରେ ଚିକିତ୍ସା ପାଇଁ ଭର୍ତ୍ତି ହୋଇଥିଲେ। ନଟବରଙ୍କର ଶ୍ୱାସ ଜନିତ ସମସ୍ୟା, ଉଚ୍ଚ ରକ୍ତଚାପ ଓ ମଧୁମେହ ଭଳି ରୋଗ ମଧ୍ୟ ରହିଥିଲା। କୋଭିଡ ପଜିଟିଭ୍ ହେବା ପରେ ସେ ନିମୋନିଆରେ ମଧ୍ୟ ଆକ୍ରାନ୍ତ ହୋଇଥିଲେ। ସମ୍ କୋଭିଡରେ ଭର୍ତ୍ତି ହେବା ପରେ ତାଙ୍କୁ ତୁରନ୍ତ ଆଇସିୟୁରେ ରଖାଯାଇ ଚିକିତ୍ସା ଆରମ୍ଭ କରାଯାଇଥିଲା।
ତେବେ ସମ୍ କୋଭିଡ ଟିମ୍‌ର ଅପ୍ରାଣ ଉଦ୍ୟମ, ଉତମ ଚିକିତ୍ସା ଓ ଯତ୍ନ ଫଳରେ କରୋନାରୁ ସୁସ୍ଥ ହୋଇଛନ୍ତି ଏହି ୯୭ ବର୍ଷୀୟ ବୟସ୍କ ବ୍ୟକ୍ତି ଜଣକ। ଗତ ନଭେମ୍ବର ୧୮ ତାରିଖରେ ସେ କରୋନା ସଂକ୍ରମିତ ହୋଇ ସମ୍ କୋଭିଡ୍ରେ ଭର୍ତ୍ତି ହୋଇଥିବା ବେଳେ ମଙ୍ଗଳବାର ସୁସ୍ଥ ହୋଇ ଘରକୁ ଫେରିଛନ୍ତି।
ଘରକୁ ଫେରିବା ସମୟରେ ନଟବର ସମ୍ କୋଭିଡ୍ ଟିମ୍‌ଙ୍କୁ ଉଚ୍ଚ ପ୍ରଶଂସା କରିଥିବା ବେଳେ ତାଙ୍କ ପୁଅ କିଶୋର ଚନ୍ଦ୍ର ଦାଶ ଧନ୍ୟବାଦ ଓ କୃତଜ୍ଞତା ଜ୍ଞାପନ କରିଛନ୍ତି।
ନଟବରଙ୍କ ଭଳି ଅନେକ ବୟୋଜ୍ୟେଷ୍ଠ ବ୍ୟକ୍ତି କରୋନା ଆକ୍ରାନ୍ତ ହୋଇ ସମ୍ କୋଭିଡ ହସ୍ପିଟାଲ୍‌ରେ ଚିକିତ୍ସିତ ହେବା ସହ ସୁସ୍ଥ ହୋଇ ଘରକୁ ଫେରିବାର ନଜିର ରହିଛି।

Hot this week

ଗାଈ କଟାକୁ ନେଇ ଉତ୍ତେଜନା- ମାମଲା ରୁଜୁ

ଗୋପାଳପୁର - ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟସ୍ଥ ସୋରାବାଡି ଜଙ୍ଗଲରେ...

୫୦ ବର୍ଷ ପରେ ବଡ ପରଦାକୁ ଆସିଲା ‘ସୋଲେ’

ଭୁବନେଶ୍ୱର:୫୦ ବର୍ଷ ପରେ ବଡ ପରଦାକୁ ଆସିଲା 'ସୋଲେ' ।ସିଲଭର ସ୍କ୍ରିନରେ...

ଦାମୀ କାର୍‌ରେ ବିଦ୍ୟାଳୟର ମଧ୍ୟାହ୍ନ ଭୋଜନ ଚୋରା ଚାଲାଣ- ଧରି ପକାଇଲେ ଗାଁ ଲୋକ

ଗୁରୁଡ଼ିଝାଟିଆ - ମଧ୍ୟାହ୍ନ ଭୋଜନ ଚାଉଳ ଚୋରା ଚାଲାଣ ବେଳେ ଧରିଲେ...

ନନ୍ଦନକାନନ ଥାନାର ପୂର୍ବତନ ଏସ୍ଆଇ ଅମିନ ଖାନ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ

ଭୁବନେଶ୍ୱର - ଭୁବନେଶ୍ୱରରେ ଥିବା ନନ୍ଦନକାନନ ଥାନା (ଅବସରପ୍ରାପ୍ତ) ପୂର୍ବତନ ପୋଲିସ...

ସୁନା ଓ ରୂପା ଦର ରେକର୍ଡ ଭାଙ୍ଗିଲା

ନୂଆଦିଲ୍ଲୀ- ପୁଣି ଥରେ ସୁନା ଏବଂ ରୂପା ସମସ୍ତ ରେକର୍ଡ ଭାଙ୍ଗିଛି।...

Related Articles

Popular Categories