www.samajalive.in
Saturday, December 13, 2025
18.1 C
Bhubaneswar

ପୁଣି କରୋନା ହାରିଲା, ସମ୍ କୋଭିଡ ହସପିଟାଲରେ ସୁସ୍ଥ ହେଲେ୯୩ ବର୍ଷୀୟା ମହିଳା

ଭୁବନେଶ୍ୱର: କରୋନା ମହାମାରୀ ଭଳି ଅଦୃଶ୍ୟ ଓ ଭୟଙ୍କର ଶତ୍ରୁକୁ ବୟୋଜ୍ୟେଷ୍ଠମାନେ ଯେ ଖୁବ ଅନାୟସରେ ପରାସ୍ତ କରିପାରିବେ ଏହାକୁ ପୁଣି ଥରେ ପ୍ରମାଣ କରିଛନ୍ତି ଜଣେ ୯୩ ବର୍ଷୀୟା ମହିଳା। ଉପଯୁକ୍ତ ଚିକିତ୍ସା ଓ ଯତ୍ନ ଦ୍ୱାରା ବରିଷ୍ଠ ନାଗରିକ ମାନେ କରୋନାରୁ ସୁସ୍ଥ ହୋଇପାରିବେ। ଏହା ପୁଣି ଥରେ ସାବ୍ୟସ୍ତ ହୋଇଛି ସମ୍ କୋଭିଡ ହସପିଟାଲରେ। କରୋନା ସଂକ୍ରମିତ ହୋଇଥିବା ୯୩ ବର୍ଷୀୟା ବାସନ୍ତୀ ପାତ୍ର ସମ୍ କୋଭିଡ ହସପିଟାଲ୍ରୁ ଚିକିତ୍ସା ପାଇବା ପରେ ରବିବାର ସୁସ୍ଥ ହୋଇ ଘରକୁ ଫେରିଛନ୍ତି।
ଜଳେଶ୍ୱର ବିଧାୟକ ଅଶ୍ୱିନୀ କୁମାର ପାତ୍ରଙ୍କ ମା’ ବାସନ୍ତୀ ପାତ୍ର ଗତ ଅକ୍ଟୋବର ୨ ତାରିଖରେ କରୋନା ସଂକ୍ରମିତ ହୋଇଥିବାବେଳେ ୫ ତାରିଖରେ ଭୁବନେଶ୍ୱରସ୍ଥିତ ସମ୍ କୋଭିଡ ହସପିଟାଲରେ ଭର୍ତ୍ତି ହୋଇଥିଲେ। ଏହି ବୟୋଜ୍ୟେଷ୍ଠ ମହିଳାଙ୍କ ଶରୀରରେ ହୃଦଜନିତ ଓ କିଡନି ଜନିତ ସମସ୍ୟା ରହିଥିବାବେଳେ ପିତକୋଷରେ ପଥର ଥିବା ଜଣା ପଡ଼ିଥିଲା। ଏହାଛଡ଼ା ମଧୁମେହ ଓ ଉଚ୍ଚ ରକ୍ତଚାପ ଭଳି ସମସ୍ୟା ମଧ୍ୟ ତାଙ୍କର ଥିବାର ଜଣାପଡ଼ିଥିଲା। ଏହି ପରିପ୍ରେକ୍ଷୀରେ କରୋନା ସଂକ୍ରମିତ ହୋଇଥିବା ଏହି ୯୩ ବର୍ଷୀୟା ମହିଳାଙ୍କର ଚିକିତ୍ସା କରିବା ଏକ ପ୍ରକାର ଆହ୍ୱାନ ଥିଲା। ତେବେ ସମ୍ କୋଭିଡ ହସପିଟାଲର ଡାକ୍ତର ଓ ନର୍ସ ଏବଂ ଅନ୍ୟାନ୍ୟ ପାରାମେଡିକ କର୍ମଚାରୀମାନଙ୍କର ଚିକିତ୍ସା, ସେବା ଓ ଯତ୍ନ ଫଳରେ ସେ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।
ସୁସ୍ଥ ହୋଇ ଘରକୁ ଫେରିବା ସମୟରେ ନିଜର ଖୁସି ବ୍ୟକ୍ତ କରବା ସହ ତାଙ୍କୁ ଚିକିତ୍ସା କରିଥିବା ଡାକ୍ତର ଓ ନର୍ସମାନଙ୍କୁ ଅନେକ ଆଶୀର୍ବାଦ କରିଛନ୍ତି ବୟୋଜ୍ୟେଷ୍ଠ ମହିଳା ଜଣକ। ସେହିପରି ନିଜ ମାଆ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିବା ପରେ ସମ୍ କୋଭିଡ ଟିମ୍ ଓ ସୋଆ କର୍ତୃପକ୍ଷଙ୍କୁ ଧନ୍ୟବାଦ ଓ କୃତଜ୍ଞତା ଜଣାଇଛନ୍ତି ବିଧାୟକ ଶ୍ରୀ ପାତ୍ର। ସମ୍ କୋଭିଡ ଟିମ୍ର ସେବା, ଯତ୍ନ, ଚିକିତ୍ସା ଓ ଆପ୍ରାଣ ଉଦ୍ୟମ ଯୋଗୁଁ ହିଁ ଅନେକ ବୟସ୍କ କରୋନା ସଂକ୍ରମିତ ଏହି ମହାମାରୀରୁ ସୁସ୍ଥ ହୋଇ ପାରୁଛନ୍ତି ବୋଲି ଶ୍ରୀ ପାତ୍ର କହିଛନ୍ତି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories