www.samajalive.in
Saturday, December 6, 2025
19.1 C
Bhubaneswar

ସୁମନ୍ତ ମହାରଣାଙ୍କୁ ଶ୍ରୀକ୍ଷେତ୍ର ଶିଶୁ ସାହିତ୍ୟ ସମ୍ମାନ

ନିମାପଡ଼ା: ନିମାପଡ଼ାର ଶିଶୁ ବିକାଶ ଅନୁଷ୍ଠାନ ଲିଟିଲ ଷ୍ଟାର ଗ୍ରୁପର ପ୍ରତିଷ୍ଠାତା ତଥା ‘ମୋ ଆଶା’ ଶିଶୁ କିଶୋର ପତ୍ରିକାର ସମ୍ପାଦକ ସୁମନ୍ତ ମହାରଣାଙ୍କୁ ଶ୍ରୀକ୍ଷେତ୍ର ଶିଶୁ ସାହିତ୍ୟ ସମ୍ମାନ-୨୦୧୯ରେ ସମ୍ମାନିତ କରାଯାଇଛି। ପୁରୀଠାରେ ଶ୍ରୀକ୍ଷେତ୍ର ଶିଶୁ ସାହିତ୍ୟ ସଂସଦ ପକ୍ଷରୁ ଅନୁଷ୍ଠିତ ଏହାର ୨୭ତମ ବାର୍ଷିକ ଉତ୍ସବରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ନିର୍ଦେଶକ ବିଜୟ କୁମାର ନାୟକ, ଓଡ଼ିଶା ସାହିତ୍ୟ ଏକାଡେମୀ ସଭାପତି ହରିହର ମିଶ୍ର, ଶ୍ରୀକ୍ଷେତ୍ର ଶିଶୁ ସାହିତ୍ୟ ସଂସଦର ସମ୍ପାଦକ ମହେନ୍ଦ୍ର ବିଶୋଇ, ସଭାପତି ପ୍ରାଣକୃଷ୍ଣ ମହାପାତ୍ର, କାର୍ଯ୍ୟକାରୀ ସଭାପତି ବୀରେନ୍ଦ୍ର ମହାନ୍ତି ପ୍ରମୁଖ ଯୋଗଦେଇ ମହାରଣାଙ୍କୁ ସମ୍ବର୍ଦ୍ଧିତ କରିଥିଲେ। ସୂଚନାଯୋଗ୍ୟ, ସୁମନ୍ତ ମହାରଣା ଜଣେ ଭିନ୍ନକ୍ଷମ ହୋଇଥିଲେ ମଧ୍ୟ ୨୦୦୨ ମସିହାରୁ ଲିଟିଲ ଷ୍ଟାର ଅନୁଷ୍ଠାନ ଗଢ଼ି ଶିଶୁମାନଙ୍କ ପ୍ରତିଭା ବିକାଶ ଦିଗରେ ବହୁ କାର୍ଯ୍ୟକ୍ରମ କରିଆସୁଛନ୍ତି।

Hot this week

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

Related Articles

Popular Categories