www.samajalive.in
Monday, December 8, 2025
20.1 C
Bhubaneswar

ସଙ୍ଗୀତ ନିର୍ଦେଶକ ସୁମନ୍ତ ମହାନ୍ତି ହତ୍ୟା ମାମଲା; ୧୨ ବର୍ଷ ପରେ ୫ମ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର: ସଙ୍ଗୀତ ନିର୍ଦେଶକ ସୁମନ୍ତ ମହାନ୍ତି ହତ୍ୟା ଘଟଣାରେ ୧୨ ବର୍ଷ ପରେ କମିଶନରେଟ୍ ପୁଲିସ୍‌ ପକ୍ଷରୁ ପଞ୍ଚମ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ସଙ୍ଗୀତ ନିର୍ଦେଶକ ସୁମନ୍ତ ମହାନ୍ତିଙ୍କ ହତ୍ୟା ଘଟଣାର ପଞ୍ଚମ ଅଭିଯୁକ୍ତଙ୍କୁ ଗିରଫ କରାଯିବା ନେଇ ଆଜି ପୁଲିସ୍ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି। ପୁରୁଣା କେସ୍‌ ଗୁଡ଼ିକରେ ଅଭିଯୁକ୍ତମାନଙ୍କୁ ଧରିବା ପାଇଁ କମିଶନରେଟ୍ ପୁଲିସ୍ ଯେଉଁ ଅଭିଯାନ ଚଲାଇଛି ସେହି କ୍ରମରେ ଏହି ମାମଲାରେ ଫେରାର ଥିବା ପଞ୍ଚମ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି ବୋଲି ସେ ପ୍ରକାଶ କରିଛନ୍ତି।

୨୦୦୮ ସଙ୍ଗୀତ ନିର୍ଦ୍ଦେଶକ ସୁମନ୍ତ ମହାନ୍ତି ହତ୍ୟା କରାଯାଇଥିଲା। ଏହି ଘଟଣାରେ ପୁଲିସ ୪ଜଣଙ୍କୁ ଗିରଫ କରିଥିବାବେଳେ ଅନ୍ୟ ଜଣେ ଅଭିଯୁକ୍ତ ତଥା ପଞ୍ଚମ ଅଭିଯୁକ୍ତ ଘଟଣା ସ୍ଥଳରୁ ଫେରାର ହୋଇଯାଇଥିଲା। ଆଜି ଏହି ଘଟଣାରେ ପଞ୍ଚମ ଅଭିଯୁକ୍ତକୁ ଗିରଫ କରାଯାଇଛି ବୋଲି ରବିବାର ପୁଲିସ୍ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ଏକ ସାମ୍ବାଦିକ ସମ୍ମିଳନୀରେ  ସୂଚନା ଦେଇଛନ୍ତି। ଗିରଫ ହୋଇଥିବା ପଞ୍ଚମ ଅଭିଯୁକ୍ତର ନାମ ବିକ୍ରମାଦିତ୍ୟ ଜେନା। ୨୦୦୮ରେ ସୁମନ୍ତଙ୍କ ହତ୍ୟାକାଣ୍ଡ ପରେ ସେ ଫେରାର ହୋଇଯାଇଥିଲା ଏବଂ ଆଜି ତାଙ୍କୁ ଗିରଫ କରାଯାଇଛି ବୋଲି ପୁଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶି କହିଛନ୍ତି।

- Advertisement -

ସୂଚନା ମୁତାବକ, ବିକ୍ରମାଦିତ୍ୟ ଫେରାର ପରେ ପୁନେରେ ରହୁଥିଲା। ସେ ପୁନେରେ ଜଣେ ଜିମ୍ ଟ୍ରେନର ଭାବେ କାର୍ଯ୍ୟ କରୁଥିଲେ। ନିୟମିତ ବ୍ୟବଧାନରେ ସେ ତାଙ୍କର ପରିବାର ଲୋକ ଓ ଅନ୍ୟାନ୍ୟ ସମ୍ପର୍କୀୟଙ୍କ ସହ ଯୋଗାଯୋଗ ଜାରି ରଖିଥିଲେ। ଏହି ସୂଚନା ପାଇବା ପରେ କମିଶନରେଟ୍ ପୁଲିସ୍ ପକ୍ଷରୁ ଖୋଳତାଡ଼ ଆରମ୍ଭ କରାଯାଇଥିଲା ଓ ତାଙ୍କ ଗତିବିଧି ଉପରେ ନଜର ରଖାଯାଇଥିଲା। ଶେଷରେ କମିଶନରେଟ୍‌ ପୁଲିସର ସ୍ପେଶାଲ ସ୍କ୍ୱାଡ୍ ପକ୍ଷରୁ ଭୁବନେଶ୍ୱର ମଞ୍ଚେଶ୍ୱର ଅଞ୍ଚଳରୁ ତାଙ୍କୁ ଗିରଫ କରାଯାଇଥିଲା।

ଉଲ୍ଲେଖଯୋଗ୍ୟ, ପୂର୍ବରୁ ଏହି ମାମଲାର ମୁଖ୍ୟ ଅଭିଯୁକ୍ତଙ୍କ ସହ ଆଉ ୩ ଜଣଙ୍କୁ ଗିରଫ କରାଯାଇଥିଲା। ମୁଖ୍ୟ ଅଭିଯୁକ୍ତ ପୂର୍ବ ଶତ୍ରୁତାରୁ ସୁମନ୍ତଙ୍କୁ ହତ୍ୟା କରିବାକୁ ଷଡ଼ଯନ୍ତ୍ର ରଚିଥିଲେ। ସୁମନ୍ତଙ୍କୁ ହତ୍ୟା ପରେ ତାଙ୍କ କାରରେ ଭର୍ତ୍ତି କରି ଚକେଇଶିଆଣୀ କେନାଲରେ ଛାଡ଼ି ଦେଇଥିଲେ।

Hot this week

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

ଟ୍ରେଲର ଧକ୍କାରେ ୩ ଗୁରୁତର

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ଚିଲିଗୁଡା ବସଷ୍ଟାଣ୍ଡ ବୁଲାଣିରେ ସୋମବାର ଏକ...

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

Related Articles

Popular Categories