ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ
ନୂଆଦିଲ୍ଲୀ : ସଂସଦର ବଜେଟ୍ ଅଧିବେଶନ ପୂର୍ବରୁ ବୁଧବାର ବାଚସ୍ପତି ମୁମିତ୍ରା ମହାଜନଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଛି। ବଜେଟ ଅଧିବେଶନକୁ ସୁରୁଖୁରୁରେ ଚଳାଇବା ଲାଗି ବାଚସ୍ପତି ବୈଠକରେ ଉପସ୍ଥିତ ରାଜନୈତିକ ଦଳର ପ୍ରତିନିଧିଙ୍କୁ ନିବେଦନ କରିଥିଲେ। ବୈଠକରେ କଂଗ୍ରେସ ନେତା ମଲ୍ଲିକାର୍ଜୁନ ଖଡଗେ, ତୃଣମୂଳ କଂଗ୍ରେସର ସୁଦୀପ ବନ୍ଦୋପାଧ୍ୟାୟ, ବିଜେଡିର ଭର୍ତ୍ତୃହରି ମହତାବ, ଆରଜେଡିର ରାମ କୃପାଳ ଯାଦବ, ସିପିଆଇର ପି କରୁଣାକରନ ଓ ସରକାରଙ୍କ ପକ୍ଷରୁ ସଂସଦୀୟ ବ୍ୟାପାର ମନ୍ତ୍ରୀ ନରେନ୍ଦ୍ର ସିଂହ ତୋମାର, ବିଜୟ ଗୋଏଲ ଏବଂ ଅର୍ଜୁନ ରାମ ମେଘୱାଲ ଉପସ୍ଥିତ ଥିଲେ। ଏହା ସହିତ ଜେଡିୟୁ, ଏଆଇଏଡିଏମ୍େକ, ଏନସିପି ଓ ଅକାଳୀ ଦଳର ପ୍ରତିନିଧିମାନେ ଉପସ୍ଥିତ ରହିଥିଲେ।