www.samajalive.in
Monday, December 15, 2025
15.1 C
Bhubaneswar

ଗ୍ରୀଷ୍ମକାଳୀନ ବାତ୍ୟା ମୁକାବିଲା ପାଇଁ ସରକାର ପ୍ରସ୍ତୁତ : ମନ୍ତ୍ରୀ

ଭୁବନେଶ୍ୱର : ବିଗତ ୪ବର୍ଷ ହେଲା ଗ୍ରୀଷ୍ମ ଋତୁରେ ଓଡ଼ିଶାରେ ବାତ୍ୟା ହେଉଛି। ସରକାର ବାତ୍ୟାଗୁଡ଼ିକୁ ସଫଳତାର ସହ ମୁକାବିଲା କରିଛନ୍ତି। ଚଳିତ ବର୍ଷ ମଧ୍ୟ ସମ୍ଭାବ୍ୟ ଗ୍ରୀଷ୍ମକାଳୀନ ବାତ୍ୟାର ମୁକାବିଲା ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ ବୋଲି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପ୍ରମିଳା ମଲ୍ଲିକ ସୂଚନା ଦେଇଛନ୍ତି।
ବୁଧବାର ଲୋକସେବା ଭବନରେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀଙ୍କୁ ନେଇ ‌େ‌ବୖଠକ ଅନୁଷ୍ଠିତ ହୋଇଥିଲା। ପରବର୍ତ୍ତୀ ସମୟରେ ମନ୍ତ୍ରୀ ଶ୍ରୀମତୀ ମଲ୍ଲିକ ସାମ୍ବାଦିକ ସମ୍ମିଳନୀରେ କହିଥିଲେ, ମେ ପହିଲାରୁ ବିଭାଗ ଓ ପ୍ରତି ଜିଲାରେ ୨୪ ଘଣ୍ଟିଆ ନିୟନ୍ତ୍ରଣ କକ୍ଷ ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି। ଏହି ନିୟନ୍ତ୍ରଣ କକ୍ଷ ଦାୟିତ୍ୱରେ ଜଣେ ପ୍ରଥମ ଶ୍ରେଣୀ ଅଧିକାରୀ ରହିବେ। ଜୁନ୍‌ ୧୮ ଓ ୧୯ରେ ପ୍ରତ୍ୟେକ ବର୍ଷ ଭଳି ସମସ୍ତ ଜିଲା ସଦର ମହକୁମା, ବନ୍ୟା, ବାତ୍ୟା ଆଶ୍ରୟସ୍ଥଳୀ, ବ୍ଲକସ୍ତରରେ ଟେବୁଲ୍ ଟପ୍ ବ୍ୟାୟାମ ଓ ବାତ୍ୟା ମକ୍‌ ଡ୍ରିଲ କରାଯିବ। ୩୧୭ଟି ଅଗ୍ନିଶମ କେନ୍ଦ୍ରରେ ଆବଶ୍ୟକୀୟ ସନ୍ଧାନ ଓ ଉଦ୍ଧାର ଉପକରଣ ଏବଂ ଉଦ୍ଧାର କାର୍ଯ୍ୟ ପାଇଁ ତାଲିମପ୍ରାପ୍ତ ଅଧିକାରୀ ଅବସ୍ଥାନ କରିଛନ୍ତି। ସେମାନେ ବାତ୍ୟା ପୂର୍ବରୁ ସମ୍ବେଦନଶୀଳ ସ୍ଥାନରେ ଆଗୁଆ ନିୟୋଜିତ ରହିବେ। ରାଜ୍ୟରେ ୩୪୨ ଆଞ୍ଚଳିକ ଅଗ୍ନିଶମ ସେବା ବାହିନୀ ଯେକୌଣସି ଆପଦକାଳୀନ ପରିସ୍ଥିତିର ମୁକାବିଲା କରିବା ପାଇଁ ପ୍ରସ୍ତୁତ ହୋଇ ରହିଛନ୍ତି। ଏନ୍‌ଡିଆର୍‌ଏଫ୍‌ ତୃତୀୟ ବାଟାଲିୟନରେ ୧୭ଟି ଦଳ ସନ୍ଧାନ ଏବଂ ଉଦ୍ଧାର କାର୍ଯ୍ୟ ପାଇଁ ପ୍ରସ୍ତୁତ ରହିଛନ୍ତି। ୧୬ଟି ଦଳ ମୁଣ୍ଡଳୀରେ ଏବଂ ଗୋଟିଏ ଦଳ ବାଲେଶ୍ୱରରେ ଅବସ୍ଥାପିତ। ଏନ୍‌ଡିଆର୍‌ଏଫ୍‌ ଦଳ ଓସ୍‌ଡ୍‌ମା ଏବଂ ସ୍ୱତନ୍ତ୍ର ରିଲିଫ୍‌ ଆୟୁକ୍ତଙ୍କ ସହ ସମନ୍ୱୟ ରଖି କାର୍ଯ୍ୟ କରୁଛନ୍ତି। ବାତ୍ୟା ପ୍ରଭାବିତ ଅଞ୍ଚଳରେ ଏନ୍‌ଡିଆର୍‌ଏଫ୍‌ ଦଳ ନିୟୋଜିତ ପାଇଁ ବ୍ୟବହୃତ ଗାଡିକୁ ବିଡିଓ ଓ ତହସିଲଦାର ତେଲ ଦେବା ପାଇଁ ଜିଲାପାଳଙ୍କୁ ନିର୍ଦେଶ ଦିଆଯିବ। ୮୭୯ଟି ବହୁମୁଖୀ ବାତ୍ୟା, ବନ୍ୟା ଆଶ୍ରୟସ୍ଥଳୀ ସମ୍ଭାବ୍ୟ ବାତ୍ୟା ପୂର୍ବରୁ ସ୍ଥାନାନ୍ତରିତ ଲୋକଙ୍କୁ ସୁରକ୍ଷିତ ରଖିବା ପାଇଁ ବ୍ୟବହାର କରାଯାଉଛି। ଆଶ୍ରୟସ୍ଥଳୀରେ ଥିବା ବିଭିନ୍ନ ଆପଦକାଳୀନ ଉପକରଣ, ଯନ୍ତ୍ରପାତି, ଆଲୋକ ଓ ଜେନେରେଟରଗୁଡିକୁ ଯାଞ୍ଚ କରିବା ପାଇଁ ଓସ୍‌ଡମାକୁ କୁହାଯାଇଛି। ଏଠାରେ ଟାୱାର ଆଲୋକ କାର୍ଯ୍ୟକ୍ଷମ ଉପରେ ଯାଞ୍ଚ କରି ସଚଳ ଟାୱାର ଆଲୋକର ତାଲିକା ପ୍ରସ୍ତୁତ କରିବା ପାଇଁ ଓସ୍‌ଡମାକୁ ନିର୍ଦେଶ ଦିଆଯାଇଛି।
ଜଳସମ୍ପଦ ବିଭାଗ ବନ୍ୟାର ପୂର୍ବାନୁମାନ, ବିଭିନ୍ନ ନଦୀ ପ୍ରଣାଳୀର ଜଳସ୍ତର ଏବଂ ଜଳ ପ୍ରବାହ ଏବଂ ଜଳ ଭଣ୍ଡାରର ସୁପରିଚାଳନାକୁ ନିଶ୍ଚିତ କରିବେ। ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗ, ଗ୍ରାମ୍ୟ ଉନ୍ନୟନ ବିଭାଗ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଏବଂ ଗୃହ ଓ ନଗର ଉନ୍ନୟନ ବିଭାଗ ସ୍ୱଚ୍ଛତା ଏବଂ ପରିମଳ ଉପରେ ଆବଶ୍ୟକୀୟ ପଦକ୍ଷେପ ନେବା ପାଇଁ ଜରୁରୀକାଳୀନ ଯୋଜନା ପ୍ରସ୍ତୁତ କରିବେ। ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ସ୍ୱତନ୍ତ୍ର ରିଲିଫ୍‌ ଆୟୁକ୍ତ ସତ୍ୟବ୍ରତ ସାହୁ କହିଥିଲେ, ସମ୍ଭାବ୍ୟ ବାତ୍ୟା ପ୍ରଭାବିତ ଅଞ୍ଚଳରେ ବାତ୍ୟା ପରବର୍ତ୍ତୀ ସମୟରେ ଖୁବ୍‌ କମ୍‌ ସମୟ ମଧ୍ୟରେ ରିଲିଫ୍‌ ପାଇଁ ସମସ୍ତ ଆବଶ୍ୟକୀୟ ବ୍ୟବସ୍ଥା କରାଯିବ।
କ୍ଷତିଗ୍ରସ୍ତ ରାସ୍ତାର ତୁରନ୍ତ ପୁନରୁଦ୍ଧାର ପାଇଁ ବ୍ୟବସ୍ଥା ବିଭାଗ ଗୁଡ଼ିକ କରିବେ। ମୌସୁମୀ ପୂର୍ବରୁ ପ୍ରାଣୀ ଚିକିତ୍ସାଳୟରେ ଆବଶ୍ୟକୀୟ ପଶୁ ଔଷଧ ମହଜୁଦ୍‌ ରଖିବା ନିର୍ଦେଶ ରହିଛି। ବାତ୍ୟା ପ୍ରଭାବିତ ଅଞ୍ଚଳରେ ବିଦ୍ୟୁତ ଯୋଗାଣର ଶୀଘ୍ର ପୁନରୁଦ୍ଧାର ପାଇଁ ଆବଶ୍ୟକୀୟ ପଦକ୍ଷେପ ନେବେ। କୃଷି ଏବଂ କୃଷକ ସଶକ୍ତୀକରଣ ବିଭାଗ ବାତ୍ୟା ବନ୍ୟା ପରିସ୍ଥିତି ସମୟରେ ଆବଶ୍ୟକୀୟ ଫସଲ ଉପଦେଶ ଦିଆଯିବ। ଅତିରିକ୍ତ ରିଲିଫ୍‌ ଆୟୁକ୍ତ ଡ. ଜ୍ଞାନ ଦାସ କହିଥିଲେ ଯେ ପାରାଦ୍ୱୀପ ଏବଂ ଗୋପାଳପୁରରେ ଡୋପଲର ରାଡାର କାର୍ଯ୍ୟ କରୁଛି, ଯାହା ବାତ୍ୟା ଗତିପଥ ଏବଂ ପାଣିପାଗ ପୂର୍ବାନୁମାନ କରିବାରେ ସାହାଯ୍ୟ କରିବ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories