www.samajalive.in
Sunday, December 7, 2025
26.1 C
Bhubaneswar

ଅସହ୍ୟ ଖରା ତାତି; ଗ୍ରୀଷ୍ମକାଳୀନ ସ୍କୁଲ ଛୁଟି ଘୋଷଣା

ଭୁବନେଶ୍ୱର : ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ। ଖରା ତାତିରେ ଡହଳ ବିକଳ ହେଉଛନ୍ତି ରାଜ୍ୟବାସୀ। ତେବେ ଖରା ତାତିକୁ ଦୃଷ୍ଟିରେ ରଖି ଆଜି ଆସନ୍ତାକାଲି ଠାରୁ ଗ୍ରୀଷ୍ମକାଳୀନ ସ୍କୁଲ ଛୁଟି ଘୋଷଣା କରାଯାଇଛି। ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ବନ୍ଦ ରହିବ ସମସ୍ତ ସ୍କୁଲ। ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ଛୁଟି ରହିବ। ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ସରକାର ଆଗୁଆ ଛୁଟି ଘୋଷଣା କରିଛନ୍ତି।  ଏହି ନିର୍ଦ୍ଦେଶ ଅନୁଯାୟୀ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସରକାରୀ, ବେସରକାରୀ ସ୍କୁଲ ଓ ଅଙ୍ଗନୱାଡି କେନ୍ଦ୍ର ବନ୍ଦ ରହିବ। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସ୍ବତନ୍ତ୍ର ବିଜ୍ଞପ୍ତି ପ୍ରକାଶ ପାଇବା ପରେ ହିଁ ସ୍କୁଲ ଗୁଡିକ ଖୋଲାଯିବ।
ସୂଚନାଯୋଗ୍ୟ ଯେ ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ଦିନ ତାପମାତ୍ରାରେ ଅତ୍ୟାଧିକ ବୃଦ୍ଧି ଯୋଗୁ ସାଧାରଣ ଜୀବନଯାପନ ବାଧାପ୍ରାପ୍ତ ହେଉଛି। ରାଜ୍ୟର କେତେକ ସହରର ତାପମାତ୍ରା ଦେଶର ସର୍ବାଧିକ ତାପମାତ୍ରା ରହୁଥିବା ସହରମାନଙ୍କ ତାଲିକାରେ ରହୁଛି । ତେଣୁ ପିଲାମାନଙ୍କ ସ୍ବାସ୍ଥ୍ୟକୁ ସର୍ବାଧିକ ଗୁରୁତ୍ବ ଦେଇ ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ଗ୍ରହଣ କରିଛନ୍ତି । ଗ୍ରୀଷ୍ମକାଳୀନ ଛୁଟି ଘୋଷଣା ନେଇ ଗଣ ଶିକ୍ଷା ମନ୍ତ୍ରୀ ସମୀର ଦାସଙ୍କ ପକ୍ଷରୁ ସୂଚନା ମିଳିଛି। ପ୍ରବଳ ତାତିକୁ ଆଖିରେ ରଖି ମୁଖ୍ୟମନ୍ତ୍ରୀ ଛୁଟି ପାଇଁ ନିର୍ଦ୍ଦେଶ ଦେଇଛନ୍ତି ବୋଲି ମନ୍ତ୍ରୀ କହିଛନ୍ତି। ପୂର୍ବ କ୍ୟାଲେଣ୍ଡର ଅନୁସାରେ ଜୁନ୍‌‌ ୧୬ ପର୍ଯ୍ୟନ୍ତ ସ୍କୁଲ ଛୁଟି ରହିବ। ସ୍କୁଲ ଖୋଲିବା ନେଇ ଯଦି କୌଣସି ପରିବର୍ତ୍ତନ ଆବଶ୍ୟକ ପଡେ ନିଷ୍ପତ୍ତି ହେବ। ବର୍ତ୍ତମାନର ନିଷ୍ପତ୍ତି ଅନୁସାରେ ଜୁନ୍‌‌ ୧୬ ଯାଏଁ ସ୍କୁଲ ବନ୍ଦ ରହିବ। କାଲି ପୂର୍ବ ନିଷ୍ପତ୍ତି ଅନୁସାରେ ପ୍ୟାରେଣ୍ଟ-ଟିଚର୍ସ ମିଟିଂ ସ୍କୁଲରେ ହେବ। ଅଭିଭାବକ ମାନେ ସାଥିରେ ପିଲାଙ୍କୁ ଆଣିବେ ନାହିଁ।

Hot this week

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

Related Articles

Popular Categories