www.samajalive.in
Friday, December 12, 2025
19.1 C
Bhubaneswar

ବନ୍ଦ ହେଲା ସନ୍‌ ହସ୍ପିଟାଲ

କଟକ: ଅଗ୍ନି ନିରାପତ୍ତା ଆଇନ ଉଲ୍ଲଂଘନ କରି ବେଆଇନ ଭାବେ ଚାଲୁଥିବା କଟକ ତୁଳସୀପୁରସ୍ଥିତ ସନ୍‌ ହସ୍ପିଟାଲକୁ ସାମୟକି ଭାବେ ବନ୍ଦ କରାଯାଇଛି। ଜିଲା ପ୍ରଶାସନ ପକ୍ଷରୁ ଏପରି ନିଷ୍ପତ୍ତି ନିଆଯାଇଥିବା ନେଇ କଟକ ଜିଲାପାଳ ଭବାନୀ ଶଙ୍କର ଚୟନୀ ବୁଧବାର ସୂଚନା ଦେଇଛନ୍ତି।

ଗତ ୨ ତାରିଖରେ ତୁଳସୀପୁର ବିଜୁ ପଟ୍ଟନାୟକ ଛକ ନିକଟରେ ଥିବା ସନ୍ ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ ଘଟିଥିଲା। ହସ୍ପିଟାଲର ୫ମ ମହଲାରେ ନିଆଁ ଲାଗିଯିବା ଫଳରେ ଏହା ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଥିଲା। ଏଥିରେ ୧୧ ରୋଗୀ ଗୁରୁତର ଆହତ ହୋଇଥିଳେ। ସେମାନଙ୍କୁ ଏସ୍‌ସିବି ସମେତ ଅନ୍ୟ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା। ଅଗ୍ନିଶମ ବାହିନୀ ଘଟଣାର ତଦନ୍ତ କରି ରିପୋର୍ଟ ଦେବା ପରେ ହସ୍ପିଟାଲକୁ ସାମୟିକ ଭାବେ ବନ୍ଦ କରି ଦିଆଯାଇଛି।

- Advertisement -

ହସ୍ପିଟାଲରେ ଉପଯୁକ୍ତ ଅଗ୍ନି ନିରାପତ୍ତା ବ୍ୟବସ୍ଥା ନ ଥିବା ତଦନ୍ତରୁ ଜଣାପଡ଼ିଛି। ଏପରି କି ଅଗ୍ନି ନିରାପତ୍ତା ସମ୍ପର୍କିତ ଏନ୍ଓ ମଧ୍ୟ ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ପାଖରେ ନାହିଁ। ଏ ନେଇ ଜିଲା ପ୍ରଶାସନ ପକ୍ଷରୁ ଜାରି ହୋଇଥିବା କାରଣଦର୍ଶାଅ ନୋଟିସର ସନ୍ତୋଜେନକ ଉତ୍ତର ନ ମିଳିବାରୁ ପ୍ରଶାସନ ଏହି ନିଷ୍ପତ୍ତି ନେଇଛି।

Hot this week

ଗାଈ କଟାକୁ ନେଇ ଉତ୍ତେଜନା- ମାମଲା ରୁଜୁ

ଗୋପାଳପୁର - ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟସ୍ଥ ସୋରାବାଡି ଜଙ୍ଗଲରେ...

୫୦ ବର୍ଷ ପରେ ବଡ ପରଦାକୁ ଆସିଲା ‘ସୋଲେ’

ଭୁବନେଶ୍ୱର:୫୦ ବର୍ଷ ପରେ ବଡ ପରଦାକୁ ଆସିଲା 'ସୋଲେ' ।ସିଲଭର ସ୍କ୍ରିନରେ...

ଦାମୀ କାର୍‌ରେ ବିଦ୍ୟାଳୟର ମଧ୍ୟାହ୍ନ ଭୋଜନ ଚୋରା ଚାଲାଣ- ଧରି ପକାଇଲେ ଗାଁ ଲୋକ

ଗୁରୁଡ଼ିଝାଟିଆ - ମଧ୍ୟାହ୍ନ ଭୋଜନ ଚାଉଳ ଚୋରା ଚାଲାଣ ବେଳେ ଧରିଲେ...

ନନ୍ଦନକାନନ ଥାନାର ପୂର୍ବତନ ଏସ୍ଆଇ ଅମିନ ଖାନ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ

ଭୁବନେଶ୍ୱର - ଭୁବନେଶ୍ୱରରେ ଥିବା ନନ୍ଦନକାନନ ଥାନା (ଅବସରପ୍ରାପ୍ତ) ପୂର୍ବତନ ପୋଲିସ...

ସୁନା ଓ ରୂପା ଦର ରେକର୍ଡ ଭାଙ୍ଗିଲା

ନୂଆଦିଲ୍ଲୀ- ପୁଣି ଥରେ ସୁନା ଏବଂ ରୂପା ସମସ୍ତ ରେକର୍ଡ ଭାଙ୍ଗିଛି।...

Related Articles

Popular Categories