www.samajalive.in
Friday, December 5, 2025
17.1 C
Bhubaneswar

୬ରେ ‘ପଦ୍ମ’ ଧରିବେ ସୁନନ୍ଦା

ଭୁବନେଶ୍ବର : ‘ବିଜେଡି ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଗତ ନିର୍ବାଚନରେ ହରାଇବା ପାଇଁ ସୁଚିନ୍ତିତ ଷଡ଼ଯନ୍ତ୍ର ରଚାଯାଇଥିଲା। ଏଥିପାଇଁ ତାଙ୍କୁ କଣ୍ଟାବାଞ୍ଜିରୁ ପ୍ରାର୍ଥୀ କରାଯାଇଥିଲା। ବିଜେଡି କ୍ଷମତାକୁ ଆସିଥିଲେ ଓ ନବୀନ ବାବୁ ନିର୍ବାଚନରେ ପରାସ୍ତ ହୋଇଥିଲେ ବିଜେଡିର ଦ୍ବିତୀୟ କ୍ଷମତାକେନ୍ଦ୍ର କୁହାଯାଉଥିବା ଭୈରବ କାର୍ତ୍ତିକ ପାଣ୍ଡିଆନ ମୁଖ୍ୟମନ୍ତ୍ରୀ ଆସନରେ ବସିଥାନ୍ତେ’ ବୋଲି ନିକଟରେ ବିଜେଡିରୁ ଇସ୍ତଫା ଦେଇଥିବା ବରୀର ପୂର୍ବତନ ବିଧାୟିକା ସୁନନ୍ଦା ଦାସଙ୍କ ସ୍ବାମୀ ଦେବୁଲି ଦାସ ଏଭଳି ବିସ୍ଫୋରକ ବୟାନ ଦେଇଛନ୍ତି । ୨୦୧୯ ନିର୍ବାଚନରେ କଣ୍ଟାବାଞ୍ଜି ଆସନରୁ ବିଜେପିରୁ ପ୍ରାର୍ଥୀ ହୋଇଥିବା ଲକ୍ଷ୍ମଣ ବାଗ ମାତ୍ର ୧୨୬ ଖଣ୍ଡ ଭୋଟରେ ହାରିଥିଲେ। କଣ୍ଟାବାଞ୍ଜିରେ ଯାଦବ ସମ୍ପ୍ରଦାୟର ୯୩ ହଜାର ଭୋଟର ଅଛନ୍ତି। ନବୀନ ବାବୁଙ୍କୁ ସେଠାରୁ ପ୍ରାର୍ଥୀ କରିବାର ନ ଥିଲା। ଚକ୍ରାନ୍ତ କରି ତାଙ୍କୁ ଜାଣିଶୁଣି କଣ୍ଟାବାଞ୍ଜିରୁ ପ୍ରାର୍ଥୀ କରାଯାଇଥିଲା ବୋଲି ଶ୍ରୀ ଦାସ କହିଛନ୍ତି। ବିଜେଡି‌େ‌ର ତାଙ୍କ ପତ୍ନୀଙ୍କୁ ଉପେକ୍ଷା କରାଯିବାରୁ ସେ ଦଳ ଛାଡ଼ିବାକୁ ବାଧ୍ୟ ହୋଇଛନ୍ତି। ଆସନ୍ତା ୬ରେ ସେ ବିଜେପିରେ ସାମିଲ ହୋଇ ପଦ୍ମ ଧରିବେ ବୋଲି ଶ୍ରୀ ଦାସ ଗଣମାଧ୍ୟମକୁ କହିଛନ୍ତି।

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories