www.samajalive.in
Monday, December 15, 2025
26.1 C
Bhubaneswar

ଥରିବ ସୁନ୍ଦରଗଡ଼ ଓ ଝାରସୁଗୁଡ଼ା, ୟେଲୋ ୱାର୍ଣ୍ଣିଂ ଜାରି

ରାଜ୍ୟର ଗତ ୩/୪ ଦିନ ହେବ ଏତେ ଥଣ୍ଡା ଅନୁଭୂତ ହେଉନଥିଲେ ମଧ୍ୟ ଆଗାମୀ ୨ ଦିନ ସୁନ୍ଦରଗଡ଼ ଓ ଝାରସୁଗୁଡ଼ା ଜିଲ୍ଲାରେ ଥଣ୍ଡା ପବନ ପ୍ରବାହିତ ହେବା ସହ ଅଧିକ ଶୀତ ଅନୁଭୂତ ହେବାର ସମ୍ଭାବନା ଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ତେଣୁ ଆସନ୍ତା ୨ଦିନ ଯାଏଁ ସୁନ୍ଦରଗଡ଼ ଓ ଝାରସୁଗୁଡା ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ପାଣିପାଗ ବିଭାଗ ସୂଚନା ଅନୁଯାୟୀ ଆଗାମୀ ୩ ଦିନ ପର୍ଯ୍ୟନ୍ତ ଉପକୂଳବର୍ତୀ ଓଡ଼ିଶାର ଜିଲ୍ଲା ଓ ଆଭ୍ୟନ୍ତରୀଣ ଓଡ଼ିଶାର ଜିଲ୍ଲାମାନଙ୍କରେ କୁହୁଡି ହେବ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବୌଦ୍ଧ, ଅନୁଗୁଳ, ନୟାଗଡ଼, କଟକ, ଖୋର୍ଦ୍ଧା, ପୁରୀ ଓ କନ୍ଧମାଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ମଧ୍ୟ ଘନ କୁହୁଡି ହେବା ନେଇ ପୂର୍ବାନୁମାନ କରାଯାଇଛି। ଫଳରେ ସୁନ୍ଦରଗଡ଼ ଓ ଝାରସୁଗୁଡ଼ାରେ ଥଣ୍ଡା ପବନ ପ୍ରବାହିତ ହେବ।

Hot this week

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

Related Articles

Popular Categories