www.samajalive.in
Tuesday, December 9, 2025
15.1 C
Bhubaneswar

ପଶ୍ଚିମ ଓଡିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ପ୍ରସଙ୍ଗ : ୧୧ରୁ ଟ୍ରେଜେରି ଅଫିସ୍ ବନ୍ଦ

ସୁନ୍ଦରଗଡ : ପଶ୍ଚିମ ଓଡିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ପ୍ରସଙ୍ଗରେ ବୁଧବାର ସେଣ୍ଟ୍ରାଲ ଆକ୍ସନ କମିଟିର ୧୮ଜଣିଆ କୋର କମିଟି ବୈଠକ ବସିଥିଲା। ପଶ୍ଚିମ ଓଡିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ପାଇଁ ଟିମ୍ ଗଠନ ନହେଲେ ବଲାଙ୍ଗୀର, ରାଉରକେଲାକୁ ଛାଡି ୧୧ରୁ ସମସ୍ତ ଟ୍ରେଜେରି ଅଫିସ୍ ବନ୍ଦ ରହିବ ବୋଲି କମିଟି ଆବାହକ ଅଶୋକ ଦାଶ ସୂଚନା ଦେଇଛନ୍ତି।
ସୂଚନା ମୁତାବକ, ପୂର୍ବରୁ ପଶ୍ଚିମ ଓଡିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ପାଇଁ ଫେବ୍ରୁଆରୀ ୭ସୁଦ୍ଧା ଏକ ଟିମ୍ ଗଠନ କରିବାପାଇଁ ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଥିଲେ। ସରକାରଙ୍କ ଦ୍ବାରା ଏହି ଟିମ ଗଠନ କରାଗଲେ, ଉକ୍ତ ଟିମ୍ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ପ୍ରସଙ୍ଗରେ କେନ୍ଦ୍ର ସରକାରଙ୍କ ସହ ଆଲୋଚନା କରିଥାନ୍ତେ। ମାତ୍ର ତାହା ବର୍ତ୍ତମାନ ପର୍ୟ୍ୟନ୍ତ ଗଠନ କରାଯାଇ ନାହିଁ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories