ସୁନ୍ଦରଗଡ଼଼: ସୁନ୍ଦରଗଡ଼଼ ଲେଫ୍ରିପଡ଼ାରେ ଯୁବକଙ୍କୁ ଗୁଳିମାଡ଼ ହୋଇଥିବା ସୂଚନା ମିଳିଛି। ଦର୍ଲିପାଲି ନିକଟରେ ବ୍ୟବସାୟିକ ଶତ୍ରୁତାରୁ ଯୁବକଙ୍କୁ ଗୁଳିମାଡ଼ ହୋଇଥିବା ଜଣାପଡ଼ିଛି। ଯୁବକଙ୍କ ଛାତିରେ ଗୁଳି ବାଜିଥିବା ସୂଚନା ମିଳିଛି। ଗୁରୁତର ଅବସ୍ଥାରେ ଯୁବକଙ୍କୁ ଉଦ୍ଧାର ପରେ ଚିକିତ୍ସା ପାଇଁ ମେଡ଼ିକାଲରେ ଭର୍ତ୍ତି କରାଯାଇଛି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ଛାନଭିନ ଆରମ୍ଭ କରିଛି।



