www.samajalive.in
Sunday, December 7, 2025
26.1 C
Bhubaneswar

ରବିବାର ରାଶିଫଳ

ମେଷ: ଭ୍ରାତୃ ବିବାଦ ସୃଷ୍ଟି ହୋଇପାରେ। ଆଳସ୍ୟ ପରାୟଣ ହୋଇପାରନ୍ତି। ସୌଭାଗ୍ୟଶାଳୀ ହେବେ। ଶୋଭନ ବ୍ୟକ୍ତିତ୍ବର ଅଧିକାରୀ ହୋଇପାରନ୍ତି। ପରଦେଶବାସୀ, ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ।

ବୃଷ: ସମ୍ମାନିତ ହେବେ। ଐଶ୍ବର୍ଯ୍ୟଯୁକ୍ତ ହୋଇପାରନ୍ତି। ମାଲି-ମୋକଦ୍ଦମାରେ ବିଜୟୀ ହେବେ। ତତ୍‌ଜନିତ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ଉତ୍ତମ ଭୋଜନ ମିଳିବ। ରୋଜଗାର ଆଶାନୁରୂପ ହେବ। ଚିନ୍ତାଧାରା ମହତ୍‌ ହେବ।

- Advertisement -

ମିଥୁନ: ବନ୍ଧୁ ସହାୟତା ପାଇଁ ଚେଷ୍ଟା କରିବେ। ପଥରୋଧର ସମ୍ମୁଖୀନ ହୋଇପାରନ୍ତି। ଚଞ୍ଚଳ ସ୍ବଭାବର ହେବେ। ଥଣ୍ଡା-କଫରେ ପୀଡ଼ିତ ହୋଇପାରନ୍ତି। ଏକାନ୍ତ ପ୍ରିୟ ଓ ମଧୁରଭାଷୀ ହୋଇପାରନ୍ତି। ଧାର୍ମିକ ପ୍ରବୃତ୍ତିର ହେବେ।

କର୍କଟ: ଦେବ ଦର୍ଶନ ପାଇ ଖୁସି ହୋଇପାରନ୍ତି। ସୁସ୍ଥ ନିରାମୟ ଜୀବନଯାପନ କରିବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିବେ। ଚଞ୍ଚଳ ପ୍ରକୃତିର ହେବେ। ସରକାରୀ ସ୍ତରରୁ ଅର୍ଥ ପ୍ରାପ୍ତି ସହ ସମ୍ମାନ ମିଳିବ। କରିତ୍‌କର୍ମା ହେବେ।

ସିଂହ: ଅଭାବ ଦୂରେଇ ଯିବ। କର୍ମତତ୍ପରତା ପ୍ରକାଶ ପାଇବ। କୁଳଦୀପକ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ବଭାବର ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହୋଇପାରନ୍ତି।

କନ୍ୟା: ଆଶ୍ବସ୍ତି ମିଳିବ। ଭାଗ୍ୟଶାଳୀ ହୋଇପାରନ୍ତି। ଦିନଟି ଭୋଗ-ବିଳାସରେ କଟାଇ ପାରନ୍ତି। ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନ-ଯାପନ କରିବେ। ଧର୍ମାତ୍ମା, ପ୍ରବାସ ପ୍ରିୟ, ବିଦ୍ବାନ ଓ ସାହସୀ ହେବେ। ସମ୍ପତ୍ତିବାନ୍‌ ହୋଇପାରନ୍ତି। ଉଦ୍ୟୋଗୀ ହେବେ।

ତୁଳା: ଅର୍ଥାଭାବ ଦୂରେଇ ଯାଇପାରେ। ଶାରୀରିକ ପୀଡ଼ା ଅନୁଭବ କରିପାରନ୍ତି। ଅସହିଷ୍ଣୁ ଭାବ ପ୍ରକାଶ କରିପାରନ୍ତି। ସ୍ୱାଭିମାନୀ ହେବେ। ଅଷ୍ଟମ ଚନ୍ଦ୍ର ଭୋଗ ହେଉଥିବାରୁ ଯାନବାହନ ଚଳାଚଳରେ ସତର୍କତା ଅବଲମ୍ବନ କରିବାକୁ ପଡ଼ିବ। ଜଳଯାତ୍ରା ନିଷେଧ।

ବିଛା: ଆଶସ୍ତି ମିଳିବ। କୁଳଦୀପକ ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ସମାଜସେବା ପ୍ରତି ଆଗ୍ରହୀ ହେବେ। ମନରେ ଅହଂଭାବ ଜାଗ୍ରତ ହେବ। ଶାନ୍ତ ଓ ଧୈର୍ଯ୍ୟବାନ ହୋଇପାରନ୍ତି। ପତ୍ନୀଙ୍କ ସଦୁପଦେଶ ଆପଣଙ୍କର ଉପାଦେୟ ହେବ।

ଧନୁ: ପାରିବାରିକ ଜୀବନ ସୁଖପ୍ରଦ ହୋଇପାରେ। ଦୃଢ଼ ମନୋବଳ ନେଇ କାର୍ଯ୍ୟ କରିବେ। ଭାଇମାନଙ୍କ ପ୍ରତି ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। ବଳିଷ୍ଠ ହେବେ। ଶତ୍ରୁ ଦମନ କରିପାରନ୍ତି। ଚାକିରି କ୍ଷେତ୍ରରେ ଉଚ୍ଚକର୍ତ୍ତୃପକ୍ଷଙ୍କ ପ୍ରଶଂସାର ପାତ୍ର ହେବେ।

ମକର: ଦ୍ରବ୍ୟ ଲାଭର ସୁଯୋଗ ଅଛି। ଦୁଃସାହସିକ ପଦକ୍ଷେପ ନେଇ କାର୍ଯ୍ୟକ୍ଷେତ୍ରରେ ଆଗକୁ ବଢ଼ି ପାରନ୍ତି। ଚଞ୍ଚଳ ପ୍ରକୃତିର ହୋଇପାରନ୍ତି। ଆକସ୍ମିକ ଭାବେ ଧନଲାଭ ହୋଇପାରେ। ଲଟେରି ଉଠାଣ ଆପଣଙ୍କ ସପକ୍ଷରେ ଯିବ। ବ୍ୟବସାୟରୁ ପ୍ରଚୁର ଲାଭ ମିଳିବ।

କୁମ୍ଭ: ପାରିବାରିକ ଜୀବନରେ ସୁଖ ଅନୁଭବ କରିପାରନ୍ତି। ବାଦାନୁ-ବାଦରେ ବିଜୟୀ ହେବେ। ଉଦାର ସ୍ୱଭାବର ହେବେ। ଦାନ-ଧର୍ମ ଉପରେ ଗୁରୁତ୍ବ ଦେବେ। ବ୍ୟକ୍ତିତ୍ୱର ବିକାଶ ଘଟିବ। ସୁସ୍ଥ ଓ ନିରାମୟ ରହିବେ। କୃଷିକର୍ମକାରୀ ହେବେ।

ମୀନ: ନୂତନ ଅଭିଜ୍ଞତା ଅର୍ଜନ କରିପାରନ୍ତି। ମନୋବଳ ଦୃଢ଼ ରହିବ। ମନ ପ୍ରସନ୍ନ ରହିବ। ଆତ୍ମିକ ସ୍ୱଭାବର ହେବେ। ମଧୁରଭାଷୀ ହୋଇପାରନ୍ତି। ଥଣ୍ଡା-କଫରେ ପୀଡ଼ିତ ହୋଇପାରନ୍ତି। ପ୍ରେମୀ ଓ ସାହସୀ ହେବେ। ଭାଇମାନଙ୍କ ଠାରୁ ଆଦର-ସମ୍ମାନ ମିଳିବ।

Hot this week

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

Related Articles

Popular Categories