www.samajalive.in
Sunday, December 14, 2025
23.1 C
Bhubaneswar

ସୁନ୍ଦରଗଡ଼ରେ ‘ହାଇସ୍କୁଲ ରୂପାନ୍ତରଣ’ ସମୀକ୍ଷା, ଛାତ୍ରଛାତ୍ରୀଙ୍କ ଭବିଷ୍ୟତର ସ୍ୱପ୍ନ ବିଷୟରେ ପଚାରି ବୁଝିଲେ ୫-ଟି ସଚିବ

ସୁନ୍ଦରଗଡ଼/ରାଉରକେଲା: ରାଜ୍ୟ ସରକାରଙ୍କ ‘୫ଟି’ ଅଭିଯାନ ଅଧୀନରେ ସୁନ୍ଦରଗଡ଼ ଜିଲ୍ଲାରେ ସମସ୍ତ ସରକାରୀ ହାଇସ୍କୁଲର ରୂପାନ୍ତରଣ କରାଯାଉଛି। ଶନିବାର ଦିନ ‘୫ଟି’ ସଚିବ ଶ୍ରୀଯୁକ୍ତ ଭି କାର୍ତ୍ତିକେୟନ୍ ପାଣ୍ଡିଆନ୍ ଭିଡିଓ କନଫରେନ୍ସିଂ ଜରିଆରେ ଏହି କାର୍ଯ୍ୟକ୍ରମର ଅଗ୍ରଗତି ସମୀକ୍ଷା କରିବା ବେଳେ ଉପସ୍ଥିତ ଛାତ୍ରଛାତ୍ରୀଙ୍କଠାରୁ ସେମାନଙ୍କ ଭବିଷ୍ୟତର ସ୍ୱପ୍ନ ବିଷୟରେ ପଚାରି ବୁଝିଥିଲେ। ଏହି ଅବସରରେ ସେ କହିଥିଲେ ଯେ, ସ୍କୁଲ ହେଉଛି ଆମର ମା’ ଭଳି। ତେଣୁ ଆମେ ସମସ୍ତେ ରୂପାନ୍ତରିତ ହାଇସ୍କୁଲଗୁଡ଼ିକରେ ବିକଶିତ କରାଯାଇଥିବା ବିଭିନ୍ନ ଅତ୍ୟାଧୁନିକ ଭିତ୍ତିଭୂମି ସହ ଏହାର ପରିବେଶର ପୂର୍ଣ୍ଣ ଯତ୍ନ ନେବା ଆବଶ୍ୟକ। ଆମ ସ୍କୁଲ ପରିବେଶ ଏଭଳି ରହିଲେ ପିଲାମାନଙ୍କର ଭବିଷ୍ୟତ ମଧ୍ୟ ଉଜ୍ଜ୍ୱଳ ହୋଇପାରିବ। ତେଣୁ ଏହି କାମରେ ପୁରାତନ ଛାତ୍ରଛାତ୍ରୀ, ସ୍ଥାନୀୟ ଜନସାଧାରଣ, ପଞ୍ଚାୟତ ପ୍ରତିନିଧିମାନେ ସହଯୋଗ କରିବା ଦରକାର।

ଏହି କାର୍ଯ୍ୟକ୍ରମରେ ସୁନ୍ଦରଗଡ଼ ଜିଲ୍ଲାପାଳ ଡାକ୍ତର ପରାଗ ହର୍ଷଦ ଗାଭାଲି ଓସ୍ୱାନ କନଫରେନ୍ସ ହଲଠାରେ ଉପସ୍ଥିତ ଥିଲେ। ସେହିପରି ରାଉରକେଲାରେ ଅତିରିକ୍ତ ଜିଲ୍ଲାପାଳ ତଥା ମହାନଗର ନିଗମ କମିଶନର ଡାକ୍ତର ଶୁଭଙ୍କର ମହାପାତ୍ର ଏବଂ ଅନ୍ୟ ଅଧିକାରୀମାନେ ଯୋଗ ଦେଇଥିଲେ।

Hot this week

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

Related Articles

Popular Categories