www.samajalive.in
Sunday, December 14, 2025
14.1 C
Bhubaneswar

ସୁବର୍ଣ୍ଣପୁରରେ ଚାଞ୍ଚଲ୍ୟ : ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ହାଣିଲେ, ଦେଢ଼ଲକ୍ଷ ଟଙ୍କା ଲୁଟିଲେ

ସୁବର୍ଣ୍ଣପୁର: ୪ରୁ ଅଧିକ ଦୁର୍ବୁତ୍ତ ଜଣେ ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ହାଣି ଦେଢ଼ଲକ୍ଷ ଟଙ୍କା ଲୁଟି ନେଇଥିବା ସୂଚନା ମିଳିଛି। ବୀରମହାରାଜପୁର ଥାନା ଧର୍ମଶାଳା ଲେହେଡ଼ି ଛକ ନିକଟରେ ୪ଜଣ ଦୁର୍ବୁତ୍ତ ଜଣେ ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ହାଣି ତାଙ୍କଠାରୁ ଦେଢ଼ଲକ୍ଷ ଟଙ୍କା ଲୁଟି ନେଇଛନ୍ତି। ୪ଜଣ ଦୁର୍ବୁତ୍ତଙ୍କ ଆକ୍ରମଣରେ ସମ୍ପୃକ୍ତ ଯୁବକ ଲହୁଲୁହାଣ ହୋଇଥିବାବେଳେ ଘଟଣାସ୍ଥଳରୁ ଗୋଟିଏ ଗୁଳି ମିଳିଛି। ଗୁରୁତର ଯୁବକଙ୍କୁ ସୁବର୍ଣ୍ଣପୁର ମେଡ଼ିକାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି।ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ଓ ଲୁଟେରାମାନଙ୍କୁ ଧରିବା ପାଇଁ ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରଖିଛି ।

Hot this week

ନୂଆ ବର୍ଷରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ବର : ରାଜ୍ୟର ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ...

ଗମ୍ଭୀରଙ୍କ ଯୋଜନାକୁ ତିଳକଙ୍କ ସମର୍ଥନ

ଧର୍ମଶାଳା: ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର ଟ୍ବେଣ୍ଟି୨୦ କ୍ରିକେଟ୍‌ରେ ଭାରତୀୟ ବ୍ୟାଟିଂ...

ଜିଲାପାଳଙ୍କୁ ମୁଣ୍ଡିଆ ମାରି ଧାନ କିଣିବାକୁ ଗୁହାରି

ପଦ୍ମପୁର : ଧାନକିଣାରେ ବ୍ୟାପକ ଅବ୍ୟବସ୍ଥା ପଦ୍ମପୁର ଉପଖଣ୍ଡ ଚାଷୀଙ୍କ ଅସନ୍ତୋଷର...

ସାପ୍ତାହିକ ରାଶିଫଳ: ଏହି ଦୁଇ ରାଶି ସତର୍କ ରୁହନ୍ତୁ

ମେଷ: ରବିବାର ଓ ସୋମବାର କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ନୂତନ କାର୍ଯ୍ୟ ପାଇଁ...

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

Related Articles

Popular Categories